Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାହର ୩ ମାସ ପରେ ନବବଧୂଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
April 28, 2025
in State
ବିବାହର ୩ ମାସ ପରେ ନବବଧୂଙ୍କ ମୃତ୍ୟୁ
113
VIEWS
Share on FacebookShare on Twitter

ପଟ୍ଟାମୁଣ୍ଡାଇ, (ବାଘୁଆବାର୍ତ୍ତା): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ମାଟିଆ ଗ୍ରାମରେ ଅଧିକ ଯୌତୁକ ପାଇଁ ଶନିବାର ଜନୈକା ବଧୂଙ୍କୁ ହତ୍ୟା କରାଯାଇଥିବା ନେଇ ବାପା ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇ ପୋଲିସ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରୁ ବଧୂଙ୍କ ମୃତଦେହକୁ ଜବତ କରିଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୧୨୭/୨୫ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ଲାଗି ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଛି। ପୋଲିସ ସୂଚନା ମୁତାବକ, ପାଟକୁରା ଥାନା ଅନ୍ତର୍ଗତ ନୂଆପଡ଼ା ଗ୍ରାମର କେଶବ ଦାସଙ୍କ ଝିଅ ସୋନାଲିଙ୍କ ସହ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଧୀନ ମାଟିଆ ଗ୍ରାମର ଜନକର ମଲିକ ପୁଅ ଲିପୁନଙ୍କ ମୋବାଇଲରୁ ପ୍ରଥମେ ପରିଚୟ ହୋଇ ସମ୍ପର୍କ ଗଢ଼ି ଉଠିଥିଲା। ୨୦୨୫ ଜାନୁଆରୀ ୨୨ରେ ସେମାନେ ପ୍ରେମ ବିବାହ କରିଥିଲେ। ବିବାହର କିଛିଦିନ ପରେ ସୋନାଲିଙ୍କ ସ୍ବାମୀ ଲିପୁନ କର୍ମ ସଂସ୍ଥାନ ପାଇଁ ବାହାରକୁ ଚାଲି ଯାଇଥିଲେ। ମାତ୍ର ସୋନାଲି ନିଜ ଶାଶୁଶ୍ୱଶୁର ଓ ପରିବାର ଲୋକଙ୍କ ସହ ରହୁଥିଲେ। ବିବାହର ମାତ୍ର ୩ ମାସ ପରେ ଶନିବାର ଅପରାହ୍ନରେ ସୋନାଲି ଆତ୍ମହତ୍ୟା କରିଥିବା ପୋଲିସ ସୂତ୍ରରୁ ଖବରପାଇ ମା’ବାପା ଓ ପରିବାର ଲୋକ ଆସିଥିଲେ। ସୋନାଲିଙ୍କ ବାପା କେଶବ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ପହଞ୍ଚତ୍ ଝିଅର ମୃତ୍ୟୁ ହୋଇଥିବା ଦେଖିବାକୁ ପାଇଥିଲେ। କୌଣସି କାରଣ ନ ଥାଇ ବିବାହର ୩ ମାସ ପରେ ଝିଅର ମୃତ୍ୟୁକୁ କେଶବ ସହଜରେ ଗ୍ରହଣ କରିପାରି ନ ଥିଲେ। କେଶବ ଥାନାରେ କରିଥିବା ଲିଖିତ ଅଭିଯୋଗ ମୁତାବକ, ଝିଅକୁ ଶାଶୁଘର ଲୋକେ ଅଧିକ ଯୌତୁକ ଟଙ୍କା ପାଇଁ ନିର୍ଯାତନା ଦେଇ ଆସୁଥିଲେ। ଟଙ୍କା ନ ଦେବାରୁ ଝିଅକୁ ଜୀବନରୁ ମାରି ଦେଇଥିବା ନେଇ ସେ ଅଭିଯୋଗରେ ଦର୍ଶାଇଛନ୍ତି। ଅନ୍ୟପକ୍ଷରେ ଘରେ କେହି ପରିବାର ଲୋକ ନ ଥିବାର ସୁଯୋଗରେ ବୋହୂ ସୋନାଲି ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛି ବୋଲି ଶାଶୁ ରୀନା ମଲିକ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଆଇଆଇସି ବନ୍ଦନା ପାତ୍ରଙ୍କୁ ପଚାରିବାରେ ଘଟଣାର ତଦନ୍ତ ଚାଲିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହତ୍ୟା ନ ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!