Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆୟୁର୍ବେଦିକ ଅସ୍ଥି ଚିକିତ୍ସକ ପ୍ରତାପ ରୁଦ୍ର ବେଉରାୟଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
May 25, 2025
in State
ଆୟୁର୍ବେଦିକ ଅସ୍ଥି ଚିକିତ୍ସକ ପ୍ରତାପ ରୁଦ୍ର ବେଉରାୟଙ୍କ ପରଲୋକ
63
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ଆଠଗଡ଼ କୁଲାଇଲୋ ଅସ୍ଥି ଚିକିତ୍ସା କେନ୍ଦ୍ରର ମୁଖ୍ୟ ପ୍ରତାପ ରୁଦ୍ର ବେଉରାୟଙ୍କ ଶନିବାର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ଧରି ସେ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ହେତୁ ଚିକିତ୍ସାଧୀନ ଥିଲେ । ଆୟୁର୍ବେଦିକ ଅସ୍ଥି ଚିକିତ୍ସା କ୍ଷେତ୍ରରେ ସେ ସମଗ୍ର ରାଜ୍ୟ ତଥା ରାଜ୍ୟ ବାହାରେ ବେଶ୍ ଖ୍ୟାତି ଅର୍ଜନ କରିଥିଲେ । ତିନି ପୁରୁଷ ଧରି ତାଙ୍କ ପରିବାର ଆୟୁର୍ବେଦିକ ପଦ୍ଧତିରେ ଅସ୍ଥି ଚିକିତ୍ସା କରି ଆସୁଛନ୍ତି । ଦେବ ବାବୁ ପ୍ରଥମେ ଶିକ୍ଷକତା ଓ ପରେ ବନ ବିଭାଗରେ ନିଜର କର୍ମମୟ ଜୀବନ ଆରମ୍ଭ କରି ଅବସର ନେବା ପରେ ପୂର୍ଣ୍ଣକାଳୀନ ଭାବେ ଅସ୍ଥି ଚିକିତ୍ସାରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ଉଦ୍ୟମରେ କୁଲାଇଲୋ ଠାରେ ପିତା ଅନନ୍ତ ବେଉରାଙ୍କ ନାମରେ ଏକ ଆୟୁର୍ବେଦିକ ଅସ୍ଥି ଚିକିତ୍ସା କେନ୍ଦ୍ର ପ୍ରତିଷ୍ଠା କରି ନିଃଶୁଳ୍କ ସେବା ପ୍ରଦାନ କରି ଆସୁଥିଲେ । ଶନିବାର ସନ୍ଧ୍ୟାରେ ସେ ଅତ୍ୟଧିକ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ କଟକର ଏକ ଘରୋଇ ଡାକ୍ତରଖାନାକୁ ନେଉଥିବା ବେଳେ ବାଟରେ ତାଙ୍କର ପରଲୋକ ଘଟିଥିବା ପରିବାର ସୂତ୍ରରୁ ଜଣାପଡ଼ିଛି । ତାଙ୍କ ବିୟୋଗରେ ଅସ୍ଥି ଚିକିତ୍ସା ଓ କ୍ଷେତ୍ରରେ ଏକ ଯୁଗର ଅବସାନ ହୋଇଥିବା କୁହାଯାଉଛି । ଦେବ ବାବୁଙ୍କ ପରଲୋକରେ ସମଗ୍ର ଆଠଗଡ଼ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଥିବା ବେଳେ ରବିବାର ତାଙ୍କର ଅନ୍ତିମ ଯାତ୍ରାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗ ଦେଇ ଶେଷ ଦର୍ଶନ କରିଥିଲେ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!