Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫ୍ଲାଏ ଓଭରବ୍ରିଜ୍ ଉପରେ ଦୁର୍ଘଟଣା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
February 20, 2025
in Accident, State
ଫ୍ଲାଏ ଓଭରବ୍ରିଜ୍ ଉପରେ ଦୁର୍ଘଟଣା, ଚାଲିଗଲା ଡ୍ରାଇଭରଙ୍କ ଜୀବନ
9
VIEWS
Share on FacebookShare on Twitter

ବଡ଼ବିଲ, (ବାଘୁଆବାର୍ତ୍ତା): କେନ୍ଦୁଝର ଯୋଡ଼ା ସହର ଭିତର ଦେଇ ଯାଇଥିବା ଫ୍ଲାଏ ଓଭର ଉପରେ ଦୁର୍ଘଟଣା । ଟ୍ରେଲରକୁ ଧକ୍କା ଦେଲା ହାଇୱା। ଘଟଣାସ୍ଥଳରେ ହାଇୱା ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ହାଇୱା ଡ୍ରାଇଭରଙ୍କ ପରିଚୟ ମିଳପାରିନାହିଁ । ଘଟଣାସ୍ଥଳରେ ଯୋଡ଼ା ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଖବର ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରେଲରରେ ଖଣି କମ୍ପାନୀର ହୋଲ୍ ପ୍ୟାକ୍ ଡାଲାକୁ ଲୋଡ୍ କରି ନିଆଯାଉଥିଲା। ତେବେ ହୋଲ୍ ପ୍ୟାକ୍ ଡାଲା ଅଧିକ ଓସାରିଆ ଥିବାରୁ କିଛି ଅଂଶ ଟ୍ରେଲରର ବାହାରକୁ ବାହାରି ରହିଥିଲା। ଏହି ସମୟରେ ସାମ୍ନା ପଟୁ ଆସୁଥିବା ଏକ ଆଇରନ୍ ବୋଝେଇ ହାଇୱା ଦ୍ରୁତ ଗତିରେ ଆସି ଟ୍ରେଲରରେ ଲୋଡ୍ ହୋଇଥିବା ହୋଲ୍ ପ୍ୟାକ୍ ଡାଲାକୁ ଧକ୍କା ଦେଇଥିଲା। ଏହାପରେ ପଛପଟୁ ଆସୁଥିବା ଆଉ ଏକ ହାଇୱା ସହିତ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ଟ୍ରେଲର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଦୁର୍ଘଟଣା ପରେ ଫ୍ଲାଏ ଓଭର ଉପରେ ଯାତାୟତ ସମ୍ପୂର୍ଣ୍ଣ ଭାବରେ ଠପ୍ ହୋଇଯାଇଛି। ଯୋଡ଼ା ପୋଲିସ୍ ଗାଡ଼ି ଗୁଡ଼ିକୁ ଜବତ୍ କରି ତଦନ୍ତ ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!