Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ ଏଏସଆଇଙ୍କ ସନ୍ଦେହଜନକ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
December 27, 2024
in Crime, State
ପୋଲିସ ଏଏସଆଇଙ୍କ ସନ୍ଦେହଜନକ ମୃତ୍ୟୁ
56
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ନବରଙ୍ଗପୁର ତେନ୍ତୁଳିଖୁଣ୍ଟି ଥାନାରେ କାର୍ଯ୍ୟରତ ଏଏସଆଇ ରେଣୁ ପ୍ରସାଦ ପ୍ରଧାନଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ତେନ୍ତୁଳିଖୁଣ୍ଟି ସଦର ପଞ୍ଚାୟତ ରାଇସିଂ ଯୋଡି ନାଳ ନିକଟରେ ଥିବା ଏକ ଗଛରୁ ତାଙ୍କ ମୃତ ଦେହ ଉଦ୍ଧାର ହୋଇଛି। ଖବର ପାଇ ତେନ୍ତୁଳିଖୁଣ୍ଟି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ଅନୁସାରେ, ତେନ୍ତୁଳିଖୁଣ୍ଟି ଥାନାରେ କାର୍ଯ୍ୟରତ ଏଏସଆଇ ରେଣୁ ପ୍ରସାଦ ଗତ ସୋମବାର ଦିନ କୌଣସି କାର୍ଯ୍ୟରେ ନବରଙ୍ଗପୁର ଯାଇଥିଲେ। ତା ପରଠୁ ଆଉ ଘରକୁ ଫେରିନଥିଲେ। ଆଜି ତେନ୍ତୁଳିଖୁଣ୍ଟି ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହା ହତ୍ୟା ନା ଆତ୍ମହତ୍ୟା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନଥିବା ବେଳେ, ମୃତ୍ୟୁର ପ୍ରକୃତ କାରଣ ତଦନ୍ତ ପରେ ଜଣାପଡିବ। ଏଏସଆଇ ରେଣୁ ପ୍ରସାଦ ପ୍ରଧାନଙ୍କ ଘର ପାପଡାହାଣ୍ଡି ଥାନା ତୁମ୍ବର୍ଲା ଗାଁରେ। ସେ ତେନ୍ତୁଳିଖୁଣ୍ଟି ପୋଲିସ କଲୋନୀରେ ନିଜ ପରିବାର ସହ ରହୁଥିଲେ। ଖବର ପାଇ ମୃତ ଏଏସଆଇଙ୍କ ଦୁଇ ପୁଅ ଏବଂ ଭାଇ ପହଞ୍ଚିଛନ୍ତି । ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧାନୀ କୁକୁର ପହଞ୍ଚି ତଦନ୍ତ କରିବା ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!