Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ

by ସଞ୍ଜୟ ସ୍ୱାଇଁ
May 24, 2025
in State
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ
27
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଶନିବାର ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ ସେ ବୈଠକରେ ଦାବି ଉପସ୍ଥାପନ କରିବେ । ୨୫ ତାରିଖରେ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦାନ କରିବେ । ଏହାଛଡ଼ା ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶା ସରକାରଙ୍କ ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରିବା ସହ ଗତ ବର୍ଷକ ମଧ୍ୟରେ ସରକାର କରିଥିବା କାର୍ଯ୍ୟକ୍ରମର ଏକ ରିପୋର୍ଟ କାର୍ଡ ପ୍ରଦାନ କରିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି । ଶନିବାର ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗ ପରିଚାଳନା ପରିଷଦର ୧୦ମ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ପରିଚାଳନା ପରିଷଦ ବୈଠକରେ ଓଡ଼ିଶାର ବହୁ ପୁରୁଣା ଦାବି ଉପସ୍ଥାପନ କରିବେ ବୋଲି ସୂଚନା ମିଳିଛି । ଓଡ଼ିଶାରେ ବନ୍ଦର ବିକାଶ, ଗଞ୍ଜାମରେ ୪୩ ହଜାର ଏକର ଲୁଣଚାଷ ଜମିକୁ ରାଜ୍ୟକୁ ହସ୍ତାନ୍ତର, ବନ୍ୟା ଓ ବାତ୍ୟା ଦ୍ୱାରା ରାଜ୍ୟ ପ୍ରଭାବିତ ହେଉଥିବାରୁ ବିପର୍ଯ୍ୟୟ ନିରୋଧକ ଭିତ୍ତିଭୂମି ନିର୍ମାଣ ପାଇଁ ପର୍ଯ୍ୟାପ୍ତ ପାଣ୍ଠି ସହ ସବୁଜ ଅର୍ଥନୀତି ପାଇଁ ରାଜ୍ୟକୁ କେନ୍ଦ୍ରର ସହଯୋଗ ଉପରେ ମୁଖ୍ୟମନ୍ତ୍ରୀ ଦୃଷ୍ଟି ଆକର୍ଷଣ କରିବେ । ଏହାଛଡ଼ା ଦୁର୍ଗମ ଅଞ୍ଚଳରେ ମୋବାଇଲ ଟାୱାର ସହ ପ୍ରତି ପଞ୍ଚାୟତରେ ବ୍ୟାଙ୍କ ଶାଖା ଖୋଲିବାକୁ ମଧ୍ୟ ସେ ଦାବି ରଖିବେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ୨୬ରେ ଭୁବନେଶ୍ୱର ଫେରିବେ ।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!