Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୮୭୭କୁ ବୃଦ୍ଧି ପାଇଛି

by ସଞ୍ଜୟ ସ୍ୱାଇଁ
August 8, 2021
in Health, State
ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୮୭୭କୁ ବୃଦ୍ଧି ପାଇଛି
73
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱରରେ ଆଜି ୨୮୦୬ଜଣ ସକ୍ରିୟ କରୋନା ସଂକ୍ରମିତ ରୋଗୀ ରହିଥିବାବେଳେ ଡେଙ୍ଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି । ଆଜି ଆଉ ୪୬ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୮୭୭କୁ ବୃଦ୍ଧି ପାଇଛି। ପ୍ରତିଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବିଏମସିର ସଫେଇ ଅଭିଯାନ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଡେଙ୍ଗୁକୁ ନିୟନ୍ତ୍ରଣ କରିବାରେ ବିଏମସି ବିଫଳ ହୋଇଛି ବୋଲି ବିଜେପି ମଧ୍ୟ କ୍ରମାଗତ ଭାବେ ସରକାରଙ୍କୁ ଟାର୍ଗେଟ୍ କରିବାରେ ଲାଗିଛି। ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ଆଜି ମିଳିଥିବା ସୂଚନା ଅନୁସାରେ, ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୪୬ଜଣ ନୂଆ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହିତ ରାଜଧାନୀରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୮୭୭କୁ ବୃଦ୍ଧି ପାଇଛି। ବିଏମସି ଅଂଚଳରେ ସଚେତନତା ଓ ସଫେଇ କାର୍ୟ୍ୟକ୍ରମକୁ ବ୍ୟାପକ କରାଯାଉଛି। ୭୫୮୧ଟି ଘରୁ ୩୧୪୯୬ଜଣ ଲୋକଙ୍କଠୁ ତଥ୍ୟ ସଂଗ୍ରହ କରାଯାଇଛି । ସମ୍ଭାବ୍ୟ ମଶା ବୃଦ୍ଧି ଆଶଙ୍କା ଥିବା ୨୫୮୬୭ଟି ସ୍ଥାନରେ ସଫେଇ କରାଯାଇ ସେସବୁକୁ ପରିଷ୍କାର କରାଯାଇଛି। ୨୫୭୭୧ଟି ସ୍ଥାନରେ ମଶାର ଲାର୍ଭା ଚିହ୍ନଟ କରି ନଷ୍ଟ କରାଯାଇଛି। ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କ୍ୟାପିଟାଲ ହସ୍ପିଟାଲରେ ୨ଟି ଡେଙ୍ଗୁ ୱାର୍ଡ ଖୋଲାଯାଇଛି । ଏହାସହିତ ଡେଙ୍ଗୁ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ମାଗଣା ଟେଷ୍ଟିଂ ସୁବିଧା ମଧ୍ୟ କରାଯାଇଛି ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!