Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡେଙ୍ଗୁରେ ଜଣେ ମୃତ, ୮ ଆକ୍ରାନ୍ତ

by ସଞ୍ଜୟ ସ୍ୱାଇଁ
May 27, 2025
in State
ଡେଙ୍ଗୁରେ ଜଣେ ମୃତ, ୮ ଆକ୍ରାନ୍ତ
39
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବର୍ଷା ଆରମ୍ଭରୁ ଆର୍ଯ୍ୟପଲ୍ଲୀ ପଞ୍ଚାୟତରେ ବ୍ୟାପିଲା ଡେଙ୍ଗୁ । ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଆକ୍ରାନ୍ତ ହୋଇଛନ୍ତି । ଛତ୍ରପୁର ବ୍ଲକ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ପଞ୍ଚାୟତରେ ଜଣେ ନାବାଳକଙ୍କ ମୃତ୍ୟୁ । ଏବେ ବି ୮ଜଣ ଆକ୍ରାନ୍ତ ହୋଇ ବିଭିନ୍ନ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ଏପଟେ ଗ୍ରାମରେ ପରିମଳ ବ୍ୟବସ୍ଥା ବାଧା ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି । ଗ୍ରାମର ବିଭିନ୍ନ ସାହି ମାନଙ୍କରେ ନାଳ ନର୍ଦ୍ଦମା ପାଣି ଜମି ରହିଛି, ଯାହା ଦ୍ୱାରା ଗ୍ରାମରେ ଏକ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଥିବା ମଧ୍ୟ ଦେଖିବାକୁ ମିଳିଛି । ଡେଙ୍ଗୁ ରୋଗର ନିରାକରଣ ଲାଗି ସରକାରଙ୍କ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଥିବା ବେଳେ ଗ୍ରାମରେ କୌଣସି ସଚେତନତା କରାଯାଇନଥିବା ମଧ୍ୟ କିଛି ଗ୍ରାମବାସୀ ମାନେ ଅଭିଯୋଗ କରିଛନ୍ତି । ଗ୍ରାମର ବିଭିନ୍ନ ସ୍ଥାନରେ ପାଣି ଜମି ରହି ଦୁର୍ଗନ୍ଧ ହେବା ସହ ପୋକ ମାଛି ଆଦି ଘୁରି ବୁଲୁଥିବାରୁ ଗ୍ରାମବାସୀ ମାନେ ଦୁଶ୍ଚିନ୍ତାରେ ରହିଛନ୍ତି । ଡେଙ୍ଗୁ ରୋଗରେ ମୃତ୍ୟୁ କିମ୍ବା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ରୋକିବା ପାଇଁ ମେଡିକାଲ ଟିମ ଗ୍ରାମରେ ପହଞ୍ଚିବା ସହ ପରିମଳ ବ୍ୟବସ୍ଥା ସୁଧାରିବା ପାଇଁ ସେମାନେ ଦାବି କରିଛନ୍ତି । ଗତ ବର୍ଷ ମଧ୍ୟ୍ୟ ପଞ୍ଚାୟତରେ ବହୁ ଲୋକ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଵା ନଜିର ରହିଛି । ଅନ୍ୟପଟେ ଏନେଇ ବହୁବାର ସଚେତନ କରାଯାଇଛି । ଏହାର ନିରାକରଣ ଲାଗି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ମୁନିସିପେଣ୍ଠ ଗୋଷ୍ଠୀ ସ୍ଵାସ୍ତ୍ୟ ଅଧିକାରୀ ଡ଼ଃ. ସ୍ୱାଧୀନ କୁମାର ରଥ ସୂଚନା ଦେଇଛନ୍ତି । ଏବେ ମେଡିକାଲ ଟିମ ପହଞ୍ଚି ସ୍ଥିତି ଯାଞ୍ଚ କରିବ ବୋଲି କୁହାଯାଇଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!