Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ: ମାଟିତଳେ ପୋତି ଦେଇଥିଲେ ପରିବାର ଲୋକ

by ସଞ୍ଜୟ ସ୍ୱାଇଁ
June 1, 2021
in State
ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ: ମାଟିତଳେ ପୋତି ଦେଇଥିଲେ ପରିବାର ଲୋକ
353
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଜଣେ ଯୁବତୀର ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ପରିବାର ଲୋକ କାହାକୁ କିଛି ନଜଣାଇ ମାଟି ତଳେ ପୋତି ଦେଇଥିଲେ । ଆଜି ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମାଟି ତଳେ ପୋତା ହୋଇଥିବା ଯୁବତୀର ଶବ ଉଦ୍ଧାର କରିଛି ପୁଲିସ୍ । ଏଭଳି ଘଟଣା ଘଟିଛି ଓସିସି କଲୋନୀ ଅଞ୍ଚଳରେ । ସୂଚନାନୁସାରେ, ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଓସିସି କଲୋନିରେ ଜଣେ ଯୁବତୀର ମୃତ୍ୟୁ ହୋଇଥିଲା । ହେଲେ ପରିବାର ଲୋକ କାହାକୁ କିଛି ନଜଣାଇ ଗାଁ ଶ୍ମଶାନରେ ଶବକୁ ଦାହ ନକରି ପୋତି ଦେଇଥିଲେ । ଯୁବତୀର ମୃତ୍ୟୁକୁ ନେଇ ସନ୍ଦେହ ହେବା ପୁଲିସ୍ ବିଶେଷ ସୁତ୍ରରୁ ଖବର ପାଇ ହଠାତ୍ ମୃତ ଯୁବତୀଙ୍କ ଘରେ ପହଞ୍ଚିଥିଲା । ପରିବାର ଲୋକଙ୍କୁ ପଚରାଉଚରା କରିବା ପରେ ଆଜି ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜେସିବି ମେସିନରେ ମାଟି ଖୋଳି ଶବ ଉଦ୍ଧାର କରି ଶବ ବେବଚ୍ଛେଦ କରିବା ପାଇଁ ଯାଜପୁର ହସ୍ପିଟାଲକୁ ପଠାଇବା ସହିତ ଧର୍ମଶାଳା ଥାନାରେ ଏକ ଅପମୃତ୍ୟୁ ମାମଲା ଋଜୁକରି ତଦନ୍ତ ଆରମ୍ଭ ହୋଇଛି । ଉଦ୍ଧାର ହୋଇଥିବା ଶବଟି ୨୨ବର୍ଷିୟ ଉପାସନା ଜେନାଙ୍କର ବୋଲି ଜଣାପଡିଛି । ଶବ ବେବଚ୍ଛେଦ ରିପୋର୍ଟ ଆସିଲେ ସତ୍ୟାସତ୍ୟ ଜଣାପଡିବ ବୋଲି ଧର୍ମଶାଳା ପୁଲିସ ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!