Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନାଥଙ୍କ ପାଇଁ “ଆଶୀର୍ବାଦ ଯୋଜନା” ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
June 20, 2021
in Planning and Development, State
ଅନାଥଙ୍କ ପାଇଁ “ଆଶୀର୍ବାଦ ଯୋଜନା” ଘୋଷଣା କଲେ ମୁଖ୍ୟମନ୍ତ୍ରୀ
136
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅନାଥ ପିଲାମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଯୋଜନା। ଅନାଥ ପିଲାମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଆଶୀର୍ବାଦ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୨୦ ଏପ୍ରିଲ ପହିଲା ଠାରୁ ଉଭୟ ବାପା, ମା ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇ ଥିବା ପିଲାମାନଙ୍କ ଶିଷା ଦୀକ୍ଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନୂଆ ଯୋଜନା ଘୋଷଣା କରିଛନ୍ତି । ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି । ବାପା, ମା ଉଭୟଙ୍କୁ ହରାଇ ଥିବା ପିଲା ଏବଂ ଉପାର୍ଜନକାରୀ ବାପା ବା ମାଙ୍କ ମଧ୍ୟରୁ ଜଣକୁ ହରାଇଥିବା ପିଲା। ସମାଜର ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ଏହି ପିଲମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏକ ନିରାପଦ ପରିବେଶ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆଶୀର୍ବାଦ ଯୋଜନାରେ ଏହି ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ଵଜନମାନଙ୍କ ଗହଣରେ ହିଁ ରହିବେ। ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ବାପା ମା ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ଓ ସ୍ଵାସ୍ଥ୍ୟ ପାଇଁ ମାସିକ ୨୫୦୦ଟଙ୍କା ଇଲେକ୍ଟ୍ରୋନିକାଲି ଜମା କରାଯିବ । ପିଲାଙ୍କୁ ୧୮ବର୍ଷ ହେବା ପର୍ୟନ୍ତ ଏହି ସହାୟତା ଜାରି ରହିବ। ତା ପୂର୍ବରୁ ଯଦି ପିଲାକୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ ତେବେ ଆଉ ସହାୟତା ଦିଆଯିବ ନାହିଁ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!