ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସକାଳର ବଡ଼ ଖବର ଭିତରେ ଆସିଛି ଦୁଃଖଦ ଘଟଣା l ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡି ଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି l ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି l ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ ଗଞ୍ଜାମ DPCC ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l






