Tuesday, October 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଯୋଗ ଦେଲେ ପଠାଣି ରାଉତ

by Anil Panda
September 7, 2020
in Feature News, Nayagarh
ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଯୋଗ ଦେଲେ ପଠାଣି ରାଉତ
556
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶାଳୟରେ ଲୋକସମ୍ପର୍କ ଅଧିକାରୀ (ସଦର ମହକୁମା) ଭାବେ କାର୍ଯ୍ୟରତ ଶ୍ରୀ ପଠାଣି ରାଉତ, ଭୁବନେଶ୍ୱର ଲୋକସମ୍ପର୍କ ଜିଲ୍ଲାର ଡି.ଆଇ.ପି.ଆର.ଓ ଭାବେ ଯୋଗଦାନ କରିଛନ୍ତି । ସେ ଏହି ଦାୟିତ୍ୱ ଅତିରିକ୍ତ ଭାବେ ନିର୍ବାହ କରିବେ । ଲୋକ ପ୍ରଶାସନରେ ସ୍ନାତକୋତ୍ତର, ଲୋକସମ୍ପର୍କ ଏବଂ ସୂଚନା ଓ ପ୍ରଯୁକ୍ତି ବିଦ୍ୟାରେ ଡିପ୍ଲୋମା ହାସଲ କରିଥିବା ଶ୍ରୀ ରାଉତ, ଏହି ବିଭାଗରେ ଦୀର୍ଘ ୨୨ ବର୍ଷରୁ ଊର୍ଦ୍ଧ୍ୱ ଧରି ରାଜ୍ୟର ବିଭିନ୍ନ ଉପଖଣ୍ଡରେ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏବଂ କଟକରେ ସହକାରୀ ସୂଚନା ଅଧିକାରୀ ଭାବେ କାର୍ଯ୍ୟ କରିଥିବା ବେଳେ ଏବେ ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟ,ଭୁବନେଶ୍ୱରରେ ଲୋକ ସଂପର୍କ ଅଧିକାରୀ ( ସଦର ମହକୁମା) ପଦବୀରେ ଥାଇ ବହୁମୁଖୀ କାର୍ଯ୍ୟ ସଂପାଦନ କରୁଛନ୍ତି । ଶ୍ରୀ ରାଉତଙ୍କର ନିଜସ୍ୱ ଗ୍ରାମ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବ୍ଲକ ନିକଟସ୍ଥ ଇନ୍ଦ୍ରପାଳ ଗ୍ରାମରେ । ସରକାରୀ ସମ୍ବାଦ ପ୍ରକାଶନ, ସୃଜନାତ୍ମକ ଲେଖାରେ ରୁଚି ରଖୁଥିବା ଶ୍ରୀ ରାଉତ, ତାଙ୍କର ଦୀର୍ଘ ଦିନର ଅଭିଜ୍ଞତାକୁ ପାଥେୟ କରି ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟ ସୂଚାରୁରୂପେ ସଂପାଦନ କରିବେ ବୋଲି ଆଶା ପ୍ରକାଶ କରିବା ସହିତ ଏ ଦିଗରେ ସେ ଗଣମାଧ୍ୟମର ସହଯୋଗ କାମନା କରିଛନ୍ତି । ପ୍ରକାଶ ଥାଉକି ପୂର୍ବରୁ ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଥିବା ଶ୍ରୀ ମାନସ ରଂଜନ ଖୁଣ୍ଟିଆଙ୍କର ଉପନିର୍ଦ୍ଦେଶକ ପଦବୀକୁ ପଦନ୍ନୋତି ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!