Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷୀଙ୍କୁ କୃଷି ସାମଗ୍ରୀ ବଦଳରେ ଡିବିଟି ମାଧ୍ୟମରେ ଅର୍ଥ ସହାୟତା

by ସଞ୍ଜୟ ସ୍ୱାଇଁ
July 5, 2021
in Feature News
କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ କୃଷି ମନ୍ତ୍ରୀ, ଖରିଫରେ ଧାର୍ଯ୍ୟଠାରୁ କମ ସାର ଯୋଗାଇ ଦିଆଯାଇଛି
60
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ହିତାଧିକାରୀ ଚାଷୀମାନଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ବିଭିନ୍ନ ପ୍ରଦର୍ଶନ ଯୋଜନାରେ ଅଣୁସାର, କୀଟନାଶକ ଔଷଧ, ତୃଣନାଶକ ପଦାର୍ଥ ଆଦି ପ୍ରଦାନ କରାନଯାଇ ଡିବିଟି ମାଧ୍ୟମରେ ଏହାର ଅର୍ଥରାଶି ସିଧାସଳଖ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯିବ । ଏହା ଦ୍ୱାରା ଚାଷୀମାନେ ସେମାନଙ୍କ ପସନ୍ଦର କୃଷି ସାମଗ୍ରୀ କିଣିବାକୁ ସ୍ୱତନ୍ତ୍ରତା ମିଳିବା ସହିତ ଏଥିରେ ଅଧିକ ସ୍ୱଚ୍ଛତା ଅଣାଯାଇପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ମନ୍ତ୍ରୀ ଡ. ସାହୁଙ୍କ ନିର୍ଦ୍ଦେଶାନୁସାରେ ବିଭାଗ ପକ୍ଷରୁ ପ୍ରଦର୍ଶନ କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ଡିବିଟି ପ୍ରଦାନ କ୍ଷେତ୍ରରେ ନୂତନ ଏସ୍‌ଓପି ଜାରି କରାଯାଇଛି । ଚାଷୀଙ୍କ ଆବଶ୍ୟକତା ଅନୁଯାୟୀ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ବିଭିନ୍ନ କେନ୍ଦ୍ରୀୟ ଓ ରାଜ୍ୟ ଯୋଜନାରେ ଯଥା ଜାତୀୟ ଖାଦ୍ୟ ସୁରକ୍ଷା ମିଶନ, ଜାତୀୟ ଉଦ୍ୟାନ କୃଷି ମିଶନ ଆଦିରେ ଅଣୁସାର ଏବଂ କୀଟଦମନ ନିମନ୍ତେ କୀଟନାଶକରେ ରିହାତି ଯୋଗାଇ ଦିଆଯାଉଛି । ମାଟିର ଉର୍ବରତା ନିମନ୍ତେ ଅଣୁସାର ପାଇଁ ସର୍ବାଧିକ ୨ ହେକଫର ଜମି ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି । ଏଥିରେ ଚାଷୀମାନେ ନିଜ ପସନ୍ଦ ମୁତାବକ ଅଣୁସାର, କୀଟନାଶକ, ଜିପସମ୍‌, ବାୟୋ ଫର୍ଟିଲାଇଜର, ଅର୍ଗାନିକ୍‌ ସାର ଆଦି କ୍ରୟ କରିବାର ସୁଯୋଗ ପାଉଥିଲେ ଓ ବିଭାଗ ପକ୍ଷରୁ ଏହାର ରିହାତି ଡିବିଟି ମାଧ୍ୟମରେ ପାଉଥିଲେ । ଅପର ପକ୍ଷରେ ପ୍ରଦର୍ଶନ କାର୍ଯ୍ୟକ୍ରମର ବିଭିନ୍ନ ଯୋଜନାରେ ଆବଶ୍ୟକୀୟ କୃଷି ସାମଗ୍ରୀ ବିଭାଗ ପକ୍ଷରୁ କ୍ରୟ କରାଯାଇ ଏ ପର୍ଯ୍ୟନ୍ତ ହିତାଧିକାରୀଙ୍କୁ ବଣ୍ଟନ କରାଯାଉଥିଲା । କ୍ଷେତ୍ର କୃଷି ଅଧିକାରୀମାନେ ଟେଣ୍ଡର ମାଧ୍ୟମରେ ଅଣୁସାର, କୀଟନାଶକ, ତୃଣନାଶକ କ୍ରୟ କରି ହିତାଧିକାରୀମାନଙ୍କୁ ବଣ୍ଟନର ବ୍ୟବସ୍ଥା ଥିଲା । ମାତ୍ର ଏଥିରେ ଚାଷୀଙ୍କୁ ତାଙ୍କ ପସନ୍ଦର କୃଷି ସାମଗ୍ରୀ ଆଦି କ୍ରୟ ଓ ବ୍ୟବହାର ନିମନ୍ତେ ସୁଯୋଗ ମିଳୁନଥିଲା । ନୂତନ ବ୍ୟବସ୍ଥାରେ ଚାଷୀମାନଙ୍କୁ ସେମାନେ ଚାହୁଁଥିବା ଅଣୁସାର, କୀଟନାଶକ ଆଦି କ୍ରୟ କରିବା ନିମନ୍ତେ ସୁଯୋଗ ମିଳିବ ଏବଂ କ୍ରୟ ଅର୍ଥ ଡିବିଟି ମାଧ୍ୟମରେ ସିଧାସଳଖ ହିତାଧିକାରୀଙ୍କୁ ପ୍ରଦାନ କରାଯିବ । ଏହା ଫଳରେ ଉଭୟ କେନ୍ଦ୍ରୀୟ ଓ ରାଜ୍ୟ ଯୋଜନା ଏବଂ ପ୍ରଦର୍ଶନ କାର୍ଯ୍ୟକ୍ରମ ଅନ୍ତର୍ଗତ ଯୋଜନାରେ ମିଳୁଥିବା ରିହାତି ଡିବିଟି ମାଧ୍ୟମରେ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିାଧାସଳଖ ହସ୍ତାନ୍ତର କରାଯିବ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!