Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିନେଶ ଡିସ୍‌କ୍ୱାଲିଫାଏଡ୍‌

by ସଞ୍ଜୟ ସ୍ୱାଇଁ
August 7, 2024
in NATIONAL NEWS, Sports
ଭିନେଶ ଡିସ୍‌କ୍ୱାଲିଫାଏଡ୍‌
196
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ଲାଗିଲା ବଡ଼ ଝଟ୍‌କା। ମଉଳିଲା ଗୋଲ୍ଡ ମେଡାଲ ଆଶା। ଫାଇନାଲ୍‌ ଫାଇଟ୍‌ ପୂର୍ବରୁ ଡିସ୍‌କ୍ୱାଲିଫାଏଡ୍‌ ଘୋଷିତ ହେଲେ ଭାରତୀୟ ରେସଲର୍ ଭିନେଶ ଫୋଗାଟ୍‌। ଧାର୍ଯ୍ୟଠାରୁ ଅଧିକ ଓଜନ ପାଇଁ ତାଙ୍କୁ ଡିସ୍‌କ୍ୱାଲିଫାଏଡ୍‌ ଘୋଷଣା କରାଯାଇଛି। ୫୦ କେଜିଠାରୁ ଭିନେଶ ମାତ୍ର କିଛି ଗ୍ରାମ୍‌ ଅଧିକ ଓଜନର ଥିବା ସୂଚନା ମିଳିଛି। ରିପୋର୍ଟ ଅନୁସାରେ ଭିନେଶଙ୍କ ଓଜନ ଧାର୍ଯ୍ୟ ସୀମାଠାରୁ ମାତ୍ର ୧୦୦ ଗ୍ରାମ ଅଛି। ଏଥିପାଇଁ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି। ପ୍ରତିଯୋଗିତାର ନିୟମ ଅନୁଯାୟୀ, ଭିନେଶ ରୌପ୍ୟ ପଦକ ପାଇଁ ମଧ୍ୟ ଯୋଗ୍ୟ ହେବେ ନାହିଁ। ଏବେ କେବଳ ୫୦ କିଲୋଗ୍ରାମରେ ସ୍ୱର୍ଣ୍ଣ ଏବଂ ବ୍ରୋଞ୍ଜ ପଦକ ବିଜେତାମାନେ ହିଁ ଅଂଶଗ୍ରହଣ କରିବେ। ଗତକାଲି ୫୦ କେଜି ଫ୍ରି-ଷ୍ଟାଇଲ ଫାଇନାଲରେ ପହଁଚିଥିଲେ ଭିନେଶ। ସେମିଫାଇନାଲରେ କ୍ୟୁବା ପ୍ରତିଯୋଗୀଙ୍କୁ ଭିନେଶ ୫-୦ ପଏଣ୍ଟରେ ହରାଇଥିଲେ। ମ୍ୟାଚ୍ ଆରମ୍ଭରୁ ଶେଷ ଯାଏଁ ବିପକ୍ଷ ପ୍ରତିଯୋଗୀଙ୍କୁ ଚାପରେ ରଖିଥିଲେ ଭିନେଶ। ଆଟାକିଂ ଜାରି ରଖିଥିଲେ। ଫାଷ୍ଟ ହାଫରେ ୧-୦ରେ ଆଗୁଆ ଥିବା ଭିନେଶ ସେକେଣ୍ଡ ହାଫରେ ଆଉ ୪ ପଏଣ୍ଟ ପାଇ ୫-୦ରେ ଜିତିଥିଲେ। ଆଜି ଫାଇନାଲ୍‌ରେ ଆମେରିକାର ରେସଲରଙ୍କ ବିପକ୍ଷରେ ସ୍ୱର୍ଣ୍ଣ ପଦକ ପାଇଁ ଭିନେଟ୍‌ ମ୍ୟାଚ୍‌ ଖେଳି ଥାନ୍ତେ। କିନ୍ତୁ ବର୍ତ୍ତମାନ ସେ ଏହି ମ୍ୟାଚରୁ ଡିସ୍‌କ୍ୱାଲିଫାଏଡ୍ ହୋଇଯାଇଛନ୍ତି। ଏପରିକି ତାଙ୍କୁ ରୌପ୍ୟ ପଦକ ମଧ୍ୟ ମିଳିବ ନାହିଁ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!