ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଜଳ ସମ୍ପଦ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। ଜଳ ସମ୍ପଦ ଅଧିକ୍ଷଣ ଯନ୍ତ୍ରୀ ପ୍ରିତମ ଚେତନ ପୋଥଳ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ମୁଖ୍ୟବକ୍ତା ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ସମ୍ମାନିତ ଅତିଥି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦେବଦତ୍ତ ପଣ୍ଡା, ଉଠା ଜଳସେଚନ ନିର୍ବାହ ଯନ୍ତ୍ରୀ ଖଗେଶ୍ବର ନାୟକ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସଞ୍ଜୟ କୁମାର ଦଳେଇ ପ୍ରମୁଖ ମଞ୍ଚାସିନ ହୋଇଥିଲେ। ଶରଣକୁଳ ଜଳସେଚନ ସବଡିଭିଜନ ଏସଡିଓ ପାଣି ପଞ୍ଚାୟତ ସଦସ୍ୟମାନଙ୍କୁ ଶପଥ ପାଠ କରାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପଠନ କରାଯାଇଥିଲା। ଜଳର ଅପଚୟ ହେଲେ ଚାଷୀ କ୍ଷତିଗ୍ରସ୍ତ ହୁଏ ବୋଲି ଜିଲ୍ଲା ପରିଷଦ ଅଧ୍ୟକ୍ଷ କହିଥିଲେ। ପାଣି ପଞ୍ଚାୟତ କ୍ଷମତା ଓ କାର୍ଯ୍ୟାବଳୀ ବିଷୟରେ ଜିଲ୍ଲାପାଳ ଆଲୋକପାତ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ପାଣି ପଞ୍ଚାୟତ ଉପରେ ସଚେତନ କରାଯାଇଥିଲା। କାର୍ଯ୍ୟକ୍ରମକୁ କବି ଗୋପୀନାଥ ସେଠୀ ସଂଯୋଜନା କରିଥିଲେ। ଜଳ ସମ୍ପଦ ବିଭାଗର କର୍ମଚାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।






