Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିଶୁ ମହୋତ୍ସବ ଉତ୍ସାହ ଓ ମହକ ଉଦ୍‌ଯାପିତ, ଗଣମାଧ୍ୟମକୁ ଅଣଦେଖା

by ସଞ୍ଜୟ ସ୍ୱାଇଁ
November 5, 2024
in Nayagarh, Sports, State
ଶିଶୁ ମହୋତ୍ସବ ଉତ୍ସାହ ଓ ମହକ ଉଦ୍‌ଯାପିତ,  ଗଣମାଧ୍ୟମକୁ ଅଣଦେଖା
181
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଏକ ଦୁଇଦିନିଆ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ଉତ୍ସାହ ଓ ମହକ ୨୦୨୪-୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ଥିବା ୩ ଟି ଶିଶୁ ଯତ୍ନ ଅନୁଷ୍ଠାନ ଅନ୍ତେବାସୀଙ୍କ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଥିଲା । ଗତକାଲି ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳ ଯୋଗ ଦେଇ ବିଭିନ୍ନ ବିଭାଗରେ ଅଂଶ ଗ୍ରହଣ କରିଥିବା ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ ।

ଏଥିରେ ୧୦୦ ଏବଂ ୨୦୦ ମିଟର ଦୌଡ଼, ଉଚ୍ଚଡିଆଁ, ଲମ୍ବଡିଆଁ, କ୍ୟାରମ, ଚେସ୍ ଆଦି ପ୍ରତିଯୋଗିତା କ୍ରିଡ଼ାଙ୍ଗନଠାରେ ଅନୁଷ୍ଠିତ ହୋଇଥିଲା । ସେହିପରି ଆଜି ଦିନ ରୋଟାରୀ କ୍ଲବଠାରେ ପ୍ରତିଯୋଗୀମାନେ କୁଇଜ, ତର୍କ, ଚିତ୍ରାଙ୍କନ, ସଙ୍ଗୀତ, ନୃତ୍ୟ ଆଦି ପ୍ରତିଯୋଗିତାରେ ଭାଗ ନେଇଥିଲେ । ସନ୍ଧ୍ୟା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ଅଞ୍ଜଳି ମାଛଖଣ୍ଡ ଉପସ୍ଥିତ ରହି କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ ।

ଏହାସହିତ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଅର୍ଚ୍ଚନା କହଁର, ଜିଲ୍ଲା ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ କିଶୋର ଚନ୍ଦ୍ର ମହାପାତ୍ର ଏବଂ ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହି ଶିଶୁଙ୍କୁ ପୁରସ୍କୃତ କରିବା ସହିତ ଉତ୍ସାହିତ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସିବିୟାନ୍ ପ୍ରଧାନ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସମସ୍ତ କର୍ମକର୍ତ୍ତା, ଚାଇଲଡ୍ ଲାଇନର କମକର୍ତ୍ତା ଓ ଶିଶୁ ଯତ୍ନ ଅନୁଷ୍ଠାନର କମକର୍ତ୍ତାମାନେ ମିଳିତ ଭାବେ ପରିଚାଳନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଶିଶୁ ସୁରକ୍ଷା ବିଭାଗ ଗଣମାଧ୍ୟମକୁ ଅଣଦେଖା କରିଥିବା ଦେଖାଯାଇଛି । ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ସମ୍ପର୍କରେ ଆଗୁଆ ସୂଚନା ପ୍ରଦାନ କରାଯାଇନଥିବା ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଜରିଆରେ ଆତ୍ମପ୍ରଚାର କରିବାକୁ ପ୍ରୟାସ ହୋଇଛି ।

ଶିଶୁ ସୁରକ୍ଷା ବିଭାଗରେ ଦୀର୍ଘଦିନ ଧରି ଗାଦି ମାଡ଼ି ବସିଥିବା କିଛି କର୍ମଚାରୀ ବାରମ୍ବାର ଏଭଳି କରୁଥିବା ଦେଖାଯାଇଛି । ସରକାରଙ୍କ ନିୟମ ଅନୁସାରେ ସେମାନଙ୍କୁ ନୟାଗଡ଼ ଜିଲ୍ଲାରୁ ଅନ୍ୟତ୍ର ବଦଳି କରିବାର ଆବଶ୍ୟକତା ରହିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!