Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତରଙ୍କ ନୀରବ ପ୍ରତିବାଦ, ଆକ୍ରମଣ କାରୀଙ୍କୁ ଗିରଫ ଦାବି

by ସଞ୍ଜୟ ସ୍ୱାଇଁ
June 10, 2025
in Nayagarh
ଡାକ୍ତରଙ୍କ ନୀରବ ପ୍ରତିବାଦ, ଆକ୍ରମଣ କାରୀଙ୍କୁ ଗିରଫ ଦାବି
257
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ମା ଓ ଗର୍ଭସ୍ଥ ଶିଶୁ ମୃତ୍ୟୁ ଘଟଣା ଆଜି ଭିନ୍ନ ମୋଡ଼ ନେଇଛି । ଓଡ଼ିଶା ମେଡିକାଲ ସେବା ସଂଘ ନିଷ୍ପତ୍ତିକ୍ରମେ ଆଜିଠାରୁ ଡାକ୍ତରମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡ୍ୟୁଟି ସରିବା ପରେ ନୀରବ ପ୍ରତିବାଦକୁ ଓହ୍ଲାଇଛନ୍ତି । ଡାକ୍ତରଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିଙ୍କୁ ଗିରଫ ପାଇଁ ସଂଘ ଦାବି କରିଛି । ବାଲୁଗାଁର ଯୁବନେତା ସଞ୍ଜୟ କୁମାର ନାୟକଙ୍କ ପତ୍ନୀ ପ୍ରସବ ମମତା ସ୍ୱାଇଁଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ସମ୍ପୃକ୍ତ ଡାକ୍ତର ରବୀନ୍ଦ୍ର ନାଥ ସାହୁଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । କିନ୍ତୁ ଉକ୍ତ ଦିନ ଡ୍ୟୁଟିରେ ଥିବା ଡାକ୍ତରଙ୍କୁ ଆକ୍ରମଣ ଘଟଣାକୁ ନେଇ ଡାକ୍ତର ରବୀନ୍ଦ୍ର ନାଥ ସାହୁ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୁଲିସ କୈାଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ । ଯଦି ପ୍ରସୂତି ମହିଳାଙ୍କ ମୃତ୍ୟୁ ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି, ତେବେ ଡାକ୍ତରଙ୍କୁ ଆକ୍ରମଣ କରିଥିବା ଆକ୍ରମଣ କାରୀଙ୍କୁ ପୁଲିସ ଗିରଫ ନକରି କାହିଁକି ଟାଳଟୁଳ ନୀତି ଅବଲମ୍ବନ କରୁଛି। ସମ୍ପୃକ୍ତ ଡାକ୍ତରଙ୍କ ନିଲମ୍ବନ ପ୍ରତ୍ୟାହାର କରି ଏକ ନିରପେକ୍ଷ ତଦନ୍ତ କରି କାର‌୍ୟ୍ୟାନୁଷ୍ଠାନ ନିଆଯିବାକୁ ଦାବି ହୋଇଛି । ଆଜି ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ପରିସରରେ ଜିଲ୍ଲା ସଭାପତି ଡା. ବି ସୂର୍ଯ୍ୟା ରାଓ ଓ ସଂପାଦକ ଡା. ପ୍ରଦୀପ କୁମାର ପାଇକରାୟଙ୍କ ନେତୃତ୍ୱରେ ନୀରବ ପ୍ରତିବାଦ ଆରମ୍ଭ ହୋଇଛି। ଏଥିରେ ରାଜ୍ୟ ସଭାପତି ଡା. କିଶୋର ଚନ୍ଦ୍ର ମିଶ୍ର ଓ ରାଜ୍ୟ କାର‌୍ୟ୍ୟକାରିଣୀ ସଦସ୍ୟ ଡା. ସରୋଜ ରଞ୍ଜନ ନାୟକଙ୍କ ସହ ଜିଲ୍ଲାର ବହୁ ଡାକ୍ତର ଯୋଗ ଦେଇଥିଲେ। ରୋଗୀ ସେବା ବ୍ୟାଘାତ ନକରି ପ୍ରତିଦିନ ଏହିପରି ଏକ ଘଣ୍ଟା ନୀରବ ପ୍ରତିବାଦ ଚାଲୁ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି । ଯଦି ତୁରନ୍ତ କାର‌୍ୟ୍ୟାନୁଷ୍ଠାନ ନହୁଏ ବହୁତ୍ ଶିଘ୍ର ଏହା ରାଜ୍ୟ ବ୍ୟାପି ଚାଲିବ ବୋଲି ରାଜ୍ୟ ସଭାପତି ସୂଚନା ଦେଇଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!