Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘୁଞ୍ଚିଲା ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

by ସଞ୍ଜୟ ସ୍ୱାଇଁ
June 16, 2025
in Nayagarh
ଘୁଞ୍ଚିଲା ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
324
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଚିକିତ୍ସା ଅବହେଳାରୁ ମା ଓ ଗର୍ଭସ୍ଥ ଶିଶୁ ମୃତ୍ୟୁ ଘଟଣାରେ ଡାକ୍ତରଙ୍କୁ ମାଡ଼ ମାରି ଥିବା ଆକ୍ରମଣ କାରୀକୁ ଗିରଫ ଦାବୀରେ ନୟାଗଡ଼ ଜିଲ୍ଲାର ଡାକ୍ତରମାନେ ନୀରବ ପ୍ରତିବାଦ କରି ଆସୁଛନ୍ତି। ଆସନ୍ତା ୧୭ ତାରିଖରୁ ବହିର୍ବିଭାଗ ବନ୍ଦ କରିବା ପାଇଁ ଓ ପୁଲିସକୁ ଅସହଯୋଗ କରିବା ପାଇଁ ଡାକ୍ତରମାନେ ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଓ ଜିଲ୍ଲା ମୂଖ୍ୟ ଚିକିତ୍ସାଧିକାରୀଙ୍କୁ ଦାବୀ ପତ୍ର ପ୍ରଦାନ କରିଥିଲେ। ଆଜି ନୟାଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଓ ଟାଉନଥାନା ଅଧିକାରୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ପହଞ୍ଚି ମୂଖ୍ୟ ଚିକିତ୍ସାଧିକାରୀ ଏଵଂ ସମସ୍ତ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଆସନ୍ତା ୨୦ ତାରିଖ ମଧ୍ୟରେ ଆକ୍ରମଣକାରୀ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପ୍ରତିଶୃତି ଦେଇଥିଲେ। ଜିଲ୍ଳା ଡାକ୍ତର ସଂଘ ମଧ୍ୟ ସହମତି ପ୍ରଦାନ କରି କାର‌୍ୟ୍ୟ ବନ୍ଦ ଆନ୍ଦୋଳନକୁ ସ୍ଥଗିତ ରଖିଛନ୍ତି। ଯଦି ୨୦ ତାରିଖ ମଧ୍ୟରେ ଆକ୍ରମଣ କାରୀ ଗିରଫ ନହୁଏ ଆସନ୍ତା ୨୧ ତାରିଖରୁ ଜରୁରୀ କାଳୀନ ସେବା ଜାରି ରଖି ବହିର୍ବିଭାଗ ରୋଗୀ ସେବା ବନ୍ଦ ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!