Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୃତ୍ୟୁ ପରେ ଶରୀର ଦାନ କରିବେ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ

by Anil Panda
May 11, 2020
in Breaking
ମୃତ୍ୟୁ ପରେ ଶରୀର ଦାନ କରିବେ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ
88
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ) : ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମୃତ୍ୟୁ ପରେ ତାଙ୍କ ଶରୀର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟକୁ ଦାନ କରିବେ । ଆଜି ତାଙ୍କର ୯୯ ତମ ଜନ୍ମ ଦିବସ ଅବସରରେ ଶ୍ରୀଯୁକ୍ତ ପଟ୍ଟନାୟକ ଏହି ଇଚ୍ଛା ବ୍ୟକ୍ତ କରିଛନ୍ତି । ଆଜି ସକାଳେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଂଜନ ଦାଶ ଶ୍ରୀ ପଟ୍ଟନାୟକଙ୍କୁ ତାଙ୍କ ବାସ ଭବନରେ ସୌଜନ୍ୟମୂଳକ ସାକ୍ଷାତ କରି ଜନ୍ମଦିନର ଶୁଭେଚ୍ଛା ଜଣାଇବା ପରିପ୍ରେକ୍ଷୀରେ ଶ୍ରୀ ପଟ୍ଟନାୟକ ମନ୍ତ୍ରୀଙ୍କୁ ତାଙ୍କର ଏହି ଇଚ୍ଛା ଜଣାଇଥିଲେ । ପ୍ରକାଶ ଥାଉକି, ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମଇ ୧୧ ତାରିଖରେ ପୁରୀ ଜିଲ୍ଲାର ନିମାପଡାଠାରେ ଜନ୍ମଗ୍ରହଣ କରିଥିଲେ । ଜଣେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବେ ପରିଚିତ ଥିବା ଶ୍ରୀ ପଟ୍ଟନାୟକ ମହାତ୍ମାଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ୧୯୪୨ ମସିହାରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗଦାନ କରିଥିଲେ । ପ୍ରବାଦପୁରୁଷ ବିଜୁପଟ୍ଟନାୟକଙ୍କ ଜଣେ ଅନ୍ତରଙ୍ଗ ସହଯୋଗୀ ଭାବେ ସେ କାର୍ଯ୍ୟ କରିଛନ୍ତି ଏବଂ ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ୩ ଥର ଲୋକସଭା ବା ରାଜ୍ୟସଭା ସାଂସଦ ଭାବେ କାର୍ଯ୍ୟ କରିଛନ୍ତି । ମାନବ ସମାଜର କଲ୍ୟାଣ ଉଦ୍ଦେଶ୍ୟରେ, ତାଙ୍କର ଦେହାନ୍ତ ପରେ ଶରୀର ଦାନ କରିବାକୁ ଆଜି ତାଙ୍କର ଜନ୍ମ ଦିବସ ଅବସରରେ ନିଷ୍ପତ୍ତି ତାଙ୍କର ନିଃସ୍ୱାର୍ଥପର ମାନବୀୟ ମୂଲ୍ୟବୋଧର ପରିଚାୟକ ବୋଲି ମନ୍ତ୍ରୀ ଶ୍ରୀ ଦାଶ ଏହି ଅବସରରେ ପ୍ରକାଶ କରିଛନ୍ତି । ଶ୍ରୀ ପଟ୍ଟନାୟକଙ୍କର ଏହି ନିଷ୍ପତ୍ତି ସମୟରେ ନିମାପଡା ଶହୀଦ ସଂସଦର ସଂପାଦକ ଶ୍ରୀ ବେଣୁଧର ସେନାପତି ମଧ୍ୟ ଉପସ୍ଥିତ ଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!