Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର

by ସଞ୍ଜୟ ସ୍ୱାଇଁ
August 8, 2024
in Crime, State
ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର
114
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର ଘଟିଛି। ଏୟାରଫିଲ୍ଡ ଥାନା ଅନ୍ତର୍ଗତ ହାଇଟେକ୍ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ଡବଲ ମର୍ଡର ହୋଇଛି। ୨ଜଣ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ରଶ୍ମିରଂଜନ ସେଠୀ ଓ ଜୁଲୁ ସେଠୀ। କଲ୍ୟାଣୀ ପ୍ଲାଜା ନିକଟରେ ରଶ୍ମିରଂଜନଙ୍କର ଏକ ଦୋକାନ ରହିଛି। ପ୍ରତିଦିନ ରଶ୍ମି ପ୍ଲାଜା ନିକଟରେ ନିଜ କାର୍‌ ରଖି ଦୋକାନ ଆସିଥାନ୍ତି। ହେଲେ କଲ୍ୟାଣୀ ପ୍ଲାଜାର ମେଣ୍ଟେନାସ୍ ଦାୟିତ୍ୱରେ ଥିବା ବାପି ଏହାକୁ ବିରୋଧ କରୁଥିଲେ। ଏହାକୁ ନେଇ ବିଭିନ୍ନ ସମୟରେ ବାପି ଓ ରଶ୍ମିଙ୍କ ମଧ୍ୟରେ ବଚସା ହୋଇଛି। ଗତକାଲି ମଧ୍ୟ ରଶ୍ମି ନିଜ କାର୍‌କୁ କଲ୍ୟାଣୀ ପ୍ଲାଜା ନିକଟରେ ପାର୍କିଂ କରିଥିଲେ। ଏହାଦେଖି ବାପି ଉତ୍ତ୍ୟକ୍ତ ହୋଇ ପଡ଼ିଥିଲେ। ରଶ୍ମିଙ୍କ କାର୍‌କୁ ଗୋଇଠା ମାରିବା ସହ ଗାଡ଼ି ଏଠାରୁ କାଢ଼ିବାକୁ ରଶ୍ମିଙ୍କୁ କହିଥିଲେ। ଏହାକୁ ନେଇ ବାପି ଓ ରଶ୍ମିଙ୍କ ମଧ୍ୟରେ ବଚସା ହୋଇଥିଲା। ରଶ୍ମି ବାପିଙ୍କୁ ଏକ ଚାପୁଡ଼ା ମାରିଥିଲେ। ବାପି଼ ଉତକ୍ଷିପ୍ତ ହୋଇ ୩ରୁ ୪ଜଣ ସାଙ୍ଗକୁ ଫୋନ୍‌ କରି ଡାକିଥିଲେ। ବାପିଙ୍କ ସାଙ୍ଗମାନେ ମାରଣାସ୍ତ୍ର ଧରି ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ସେମାନେ ରଶ୍ମିଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଏହି ସମୟରେ ରଶ୍ମିଙ୍କ ସହଯୋଗୀ ଜୁଲୁ ଏହା ଦେଖି ଅଟକାଇବାକୁ ଚେଷ୍ଟା କରିଥିଲେ। ସେମାନେ ମଧ୍ୟ ଜୁଲୁଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ରଶ୍ମିଙ୍କର ମୃତ୍ୟୁ ଘଟିଥିବା ବେଳେ ଜୁଲୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଜୁଲୁଙ୍କୁ ମୃତ ଘୋଷଣା କରିଥିଲେ। ଭୁବନେଶ୍ୱର ଡିସିପି ଗତକାଲି ରାତିରେ ଘଟଣାସ୍ଥଳକୁ ଯାଇ ଛାନଭିନ୍ କରିଛନ୍ତି। ହତ୍ୟାକାରୀଙ୍କୁ ଧରିବାକୁ ପୁଲିସ ଉଦ୍ୟମ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!