Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସିଲା ମାଟ୍ରିକ୍ ଆଡମିଟ କାର୍ଡ, ୱେବସାଇଟରୁ କରନ୍ତୁ ଡାଉନ ଲୋଡ

by ସଞ୍ଜୟ ସ୍ୱାଇଁ
February 10, 2025
in Education, State
ବନ୍ୟା ପାଇଁ ୩୦ ଯାଏ ଘୁଞ୍ଚିଲା ନବମ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ
148
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଆଜିଠାରୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହୋଇଛି। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ଅନଲାଇନ ଏବଂ ଅଫଲାଇନରେ ଆଡମିଟ କାର୍ଡ ମିଳିବ । ମାଟ୍ରିକ୍‌ ପରୀକ୍ଷା ସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ସଂସ୍କୃତ ମଧ୍ୟମାର ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡ ୱେବସାଇଟରୁ ଉପଲବ୍ଧ ହୋଇଛି। ସମସ୍ତ ସ୍କୁଲର ମୁଖ୍ୟ ବା ପ୍ରଧାନଶିକ୍ଷକମାନେ ସ୍କୁଲ କୋର୍ଡ ଏବଂ ପାସୱାର୍ଡ ଦେଇ www.bseodisha.ac.in ୱେବସାଇଟରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମା ଛାତ୍ରଛାତ୍ରୀମାନେ ନିଜ ନାମ ଏବଂ ବାପାଙ୍କ ନାମ ବୋର୍ଡ ୱେବସାଇଟରେ ଦାଖଲ କରି ଆଡ୍‌ମିଟ୍ କାର୍ଡ ପାଇପାରିବେ। ଚଳିତ ବର୍ଷ ୫ ଲକ୍ଷ ୧୦ ହଜାର ୭୭୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ହୋଇଛି। ଏଥି ସହିତ ପ୍ରଶ୍ନ ପତ୍ର ପାଇଁ ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି। ଆସନ୍ତା ୧୨ରୁ ନୋଡାଲ ସେଣ୍ଟରକୁ ପ୍ରଶ୍ନପତ୍ର ପଠାଯିବା ଆରମ୍ଭ କରାଯିବ। ୧୯ ତାରିଖ ସୁଦ୍ଧା ସବୁ ନୋଡାଲ କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚି ଯିବ। ଏଥି ସହିତ ପ୍ରଶ୍ନପତ୍ର ସୁରକ୍ଷା ଦୃଷ୍ଟିରୁ କିଛି ସ୍ଥାନରେ ଥାନାକୁ ପ୍ରଶ୍ନପତ୍ର ରଖାଯିବା ନେଇ ନୋଡାଲ ସେଣ୍ଟର କରାଯାଇଛି। ଏଥି ସହିତ ଚଳିତ ବର୍ଷ ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ଡାଏନମିକ୍ କ୍ବି ଆର କୋର୍ଡ ଓ ୱାଟର ମାର୍କ ବ୍ୟବସ୍ଥା କରାଯାଇଛି। ପ୍ରତି ପ୍ରଶ୍ନପତ୍ରରେ ସିରିଏଲ୍ ନମ୍ବର ରହିବ ଭାଇରାଲ୍ ହେଲେ ଜଣାପଡ଼ିବ। କେଉଁଠୁ ଓ କେଉଁ ସେଣ୍ଟରରୁ ଭାଇରାଲ୍ ହେଲା ସ୍ପଷ୍ଟ ଜଣାପଡ଼ିବ। ଏଥି ସହିତ ପ୍ରଶ୍ନପତ୍ର ଥିବା ୩୧୪ଟି ନୋଡାଲ ସେଣ୍ଟରରେ ସିସିଟିଭି ଲାଗିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!