Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ

by ସଞ୍ଜୟ ସ୍ୱାଇଁ
June 26, 2025
in Nayagarh
ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ
163
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଅବକାରୀ ବିଭାଗର ମିଳିତ ସହଯୋଗରେ ପାଳନ କରାଯାଇଥିଲା । ଏହି ଦିବସ ପାଳନ ଅବସରରେ ପ୍ରଥମେ ନୟାଗଡ ଉପ-ଜିଲ୍ଲାପାଳ କର୍ଣ୍ଣଦେବ ସମାଦାରଙ୍କ ତତ୍ତ୍ଵାବଧାନରେ ଏକ ସଚେତନତା ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟଠାରୁ ବାହାରି ନୟାଗଡ଼ ପଞ୍ଚାୟତ ସମିତି ପର‌୍ୟ୍ୟନ୍ତ ଯାଇଥିଲା । ବିଭିନ୍ନ କଲେଜ ଓ ସ୍କୁଲ ଛାତ୍ରଛାତ୍ରୀ, ନିଶା ନିବାରଣ କେନ୍ଦ୍ର (ସେବା)ର ଅନ୍ତେବାସୀ, ବୟୋଜ୍ୟଷ୍ଠ ବ୍ୟକ୍ତି ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟରେ ବିଭିନ୍ନ ବିଭାଗୀୟ କର୍ମକର୍ତ୍ତା ଏହି ଶୋଭାଯାତ୍ରାରେ ଯୋଗଦେଇ ନିଶା ସେବନର ଅପକାରିତା ବିଷୟରେ ସ୍ଲୋଗାନ ଦେଇଥିଲେ। ଏହି ଦିବସ ପାଳନ ପରିପ୍ରେକ୍ଷୀରେ ନୟାଗଡ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଭାପତିତ୍ୱରେ ଏକ ସୁନ୍ଦର ସଭାର ଆୟୋଜନ କରଯାଇଥିଲା । ଉକ୍ତ ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦାନ କରି ନିଶାସେବନର କୁପରିଣାମ ଏବଂ ଏଥୁରୁ ନିବୃତ୍ତ ରହିବା ପାଇଁ ସଚେତନତା ବାର୍ତ୍ତା ଦେଇଥିଲେ । ଉକ୍ତ ସଭାରେ ନୟାଗଡ ନଗର ଉନ୍ନୟନ ଅଧ୍ୟକ୍ଷା ନିରୂପମା ଖଟେଇ, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ସୁକାନ୍ତ ପାତ୍ର, ଜିଲ୍ଲା ଅବକାରୀ ଅଧ୍ୟକ୍ଷକ ଜ୍ଞାନରଞ୍ଜନ ପଣ୍ଡା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋସ୍ନାମୟୀ ଆଚାର‌୍ୟ୍ୟ, ଡ୍ରଗ ଇନ୍ସପେକ୍ଟର ପ୍ରିୟଙ୍କା ଚକ୍ରବର୍ତୀ ଉପସ୍ଥିତ ରହିଥିଲେ। ଏଥସହ ନିଶା ନିବାରଣରୁ ଦୂରେଇ ଥିବା ୫ ଜଣ ଅନ୍ତେବାସୀଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବଦ୍ଧିତ କରଯାଇଥିଲା ଏବଂ ନିଶା ନିବାରଣ ଉପରେ ହୋଇଥିବା ଡିବେଟ ଓ ଡ୍ରଇଙ୍ଗ ପ୍ରତିଯୋଗିତାରେ ୯ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରଯାଇଥିଲା । ପରିଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କାମଦେବ ନାୟକ ସଭାରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!