Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ସାର୍ଟିଫିକେଟ ମାମଲାରେ ବିଦା ହେଲେ ୪ ଶିକ୍ଷକ, ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ

by ସଞ୍ଜୟ ସ୍ୱାଇଁ
August 18, 2023
in Crime, State
ନକଲି ସାର୍ଟିଫିକେଟ ମାମଲାରେ ବିଦା ହେଲେ ୪ ଶିକ୍ଷକ, ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ
162
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀରରେ ନକଲି ସାର୍ଟିଫିକେଟରେ ଶିକ୍ଷକ ଚାକିରି ମାମଲା । ନକଲି ଶିକ୍ଷକଙ୍କ ବିରୋଧରେ କଡ଼ା ଆକ୍ସନ । ୪ ନକଲି ଶିକ୍ଷକଙ୍କୁ ବିଦାକରିଛନ୍ତି ଜିଲ୍ଲା ଶିକ୍ଷାଧିକାରୀ । ସମସ୍ତଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ବହିଷ୍କୃତ ଶିକ୍ଷକ ହେଲେ ସଞ୍ଜିତ ପାଣି ମହାନନ୍ଦ, ମୃଣ୍ମୟୀ ପଣ୍ଡା, ବିରଞ୍ଚି ପ୍ରସାଦ ନାୟକ ଓ ଅଲମା ଟପୋ । ସମସ୍ତେ ନକଲି ସାର୍ଟିଫିକେଟ ଦେଇ ସରକାରୀ ଚାକିରି ହାତେଇଥିଲେ । ଗତ ୧୦ତାରିଖରେ ରଣ୍ଡା ହାଇସ୍କୁଲର ହିନ୍ଦୀ ଶିକ୍ଷୟିତ୍ରୀ ମୃଣ୍ମୟୀ ପଣ୍ଡାଙ୍କୁ ଗିରଫ କରିଥିଲା ପୋଲିସ ଓ ୨୦୧୩ ମସିହାରୁ ନକଲି ସାର୍ଟିଫିକେଟରେ ମୃଣ୍ମୟୀ ଚାକିରି କରିଥିବା ଅଭିଯୋଗ ହୋଇଛି ଓ ମୃଣ୍ମୟୀ ପ୍ରଦାନ କରିଥିବା ସାର୍ଟିଫିକେଟ ଅନୁସାରେ ଗୋଟିଏ ବର୍ଷରେ ସେ ଯୁକ୍ତ ଦୁଇ ଓ ହିନ୍ଦୀ ଟିଚର୍ସ ଟ୍ରେନିଂ ପାସ କରିଥିଲେ । ତାଙ୍କ ସହିତ ଅନ୍ୟ ୩ ଜଣ ଶିକ୍ଷକ ନକଲି ସାର୍ଟିଫିକେଟରେ ଚାକିରି କରିଥିବାନେଇ ଜଣାପଡ଼ିଥିଲା । ଏନେଇ ଟାଉନଥାନାରେ ଅଭିଯୋଗ କରିଥିଲେ ଜିଲ୍ଲା ଶିକ୍ଷାଧିକାରୀ । ଅନ୍ୟ ତିନି ନକଲି ଶିକ୍ଷକ ଏବେ ବି ଫେରାର ଥିବା ସୂଚନା ମିଳିଛି । ସେମାନଙ୍କ ନାଁରେ ମଧ୍ୟ ପୋଲିସ ମାମଲା ରୁଜୁ କରିଛି । ସମସ୍ତଙ୍କର ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ ପାଇଁ ବ୍ୟାଙ୍କକୁ ଚିଠି ଲେଖିଥିଲା ବଲାଙ୍ଗୀର ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!