ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ଗୃହରେ ଦିର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ ଦିବସ ଉପଲକ୍ଷେ ସମସ୍ତେ ସଚେତନ ରହି କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ ଏବଂ ଏହା ୨୭ରୁ ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଳନ କରାଯାଉଛି ବୋଲି କହିଥିଲେ । ପରେ ପରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ଉପସ୍ଥିତ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଦୁର୍ନତୀ ନକରିବା ପାଇଁ ଶପଥ ପାଠ କରାଇଥିଲେ । କୋଭିଡ୍ ନିୟମ ପାଳନ କରାଯାଇ କେବଳ ଶପଥ ପାଠ କରା ଯାଇଥିଲା । ଏହି ବୈଠକରେ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।





