Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ବର୍ଷ ଯାଏଁ ଦୌଡିପାରିବେନି ଦୌଡରାଣୀ, ବାସନ୍ଦ କଲା ନାଡ଼ା

by ସଞ୍ଜୟ ସ୍ୱାଇଁ
August 18, 2023
in Sports, State
୪ ବର୍ଷ ଯାଏଁ ଦୌଡିପାରିବେନି ଦୌଡରାଣୀ, ବାସନ୍ଦ କଲା ନାଡ଼ା
146
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅଲିମ୍ପିଆନ୍ ଦୂତି ଚାନ୍ଦଙ୍କୁ ଲାଗିଛି ଶକ୍ତ ଧକ୍କା । ଡୋପ୍ ଟେଷ୍ଟ ମାମଲାରେ ବିଫଳ ହେବା ପରେ ତାଙ୍କୁ ୪ବର୍ଷ ବାସନ୍ଦ କରାଯାଇଚି । ଦଣ୍ଡାଦେଶ ଚଳିତ ବର୍ଷ ଜାନୁଆରୀ ୩ତାରିଖରୁ ଲାଗୁ ହୋଇଛି । ତେଣୁ ସେ ଜାନୁଆରୀ ୨୦୨୭ ପର୍ଯ୍ୟନ୍ତ କୌଣସି ରାଜ୍ୟ, ଜାତୀୟ କିମ୍ବା ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଦୌଡି ପାରିବେ ନାହିଁ । ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ୍ ଅଧ୍ୟକ୍ଷ ଚୈତନ୍ୟ ମହାଜନ ଏନେଇ ସୂଚନା ଦେଇଛନ୍ତି। ତଥାପି ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ୍ ଆଗରେ ନିଜର ପକ୍ଷ ରଖିବାକୁ ଦୂତିଙ୍କୁ ୨୧ ଦିନ ସମୟ ଦିଆଯାଇଛି। ଶୁଣାଣି ସମୟରେ ଯଦିଓ ଦୂତି ନିଷିଦ୍ଧ ଔଷଧ ସେବନକୁ ସ୍ବୀକାର କରିଥିଲେ କିନ୍ତୁ ନିଜକୁ ନିର୍ଦ୍ଦୋଷ ପ୍ରମାଣିତ କରିପାରିନଥିଲେ। ତାଙ୍କ ଫିଜିଓଥେରାପିଷ୍ଟଙ୍କ ପରାମର୍ଶକ୍ରମେ ଔଷଧ ସେବନ କରିଥିଲା ବେଳେ ତାହାର ଲେଭଲ୍ କୁ ଯାଞ୍ଚ କରିନଥିଲେ। ଏଥିସହିତ ତାହାକୁ ୱାଡା ଜାରି କରିଥିବା ନିଷିଦ୍ଧ ଔଷଧ ତାଲିକା ସହ ନମିଳାଇ ସେବନ କରିଥିବା ପ୍ୟାନେଲ୍ ଜାଣିବାକୁ ପାଇଥିଲା। ଏହାଫଳରେ ଦୂତି ଜାତୀୟ ଆଣ୍ଟି ଡୋପିଂ ଏଜେନ୍ସି – ନାଡା ର ଧାରା ୨.୧ ଓ ୨.୨ କୁ ଉଲଂଘନ କରିଥିବା ସ୍ପଷ୍ଟ ହୋଇଥିଲା । ଏଥିପାଇଁ ତାଙ୍କୁ ୪ ବର୍ଷ ପାଇଁ ବାସନ୍ଦ କରାଯାଇଥିବା ସୂଚନା ଦିଆଯାଇଛି। ଦୂତିଙ୍କୁ ଗତବର୍ଷ ଡିସେମ୍ବର ୫ ଓ ୨୬ ତାରିଖରେ ନାଡାର ଡୋପ୍ ନିୟନ୍ତ୍ରକ ଅଧିକାରୀ ଭୁବନେଶ୍ବରରେ ଦୁଇଥର ପରୀକ୍ଷା କରିଛନ୍ତି । ପ୍ରଥମ ନମୁନାରେ ନିଷିଦ୍ଧ ଔଷଧ ଆଣ୍ଡାରିନ୍ , ଓଷ୍ଟାରିନ୍ ଓ ଲିଗାଣ୍ଡ୍ରୋଲ୍ ଆସିଥିଲା ବେଳେ ଦ୍ବିତୀୟ ନମୁନାରେ ଆଣ୍ଡାରିନ୍ ଓ ଓଷ୍ଟାରିନ୍ ଥିବା ସ୍ପଷ୍ଟ ହୋଇଥିଲା।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!