Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଠ ରାଜ୍ୟରେ ଭୂମିକମ୍ପର ଝଟକା

by ସଞ୍ଜୟ ସ୍ୱାଇଁ
December 4, 2024
in NATIONAL NEWS, State
ଆଠ ରାଜ୍ୟରେ ଭୂମିକମ୍ପର ଝଟକା
83
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଆଜି ଭୂମିକମ୍ପରେ ଥରିଲା ଭାରତର ୮ ରାଜ୍ୟ। ସକାଳେ ୩ ଦେଶରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିଲା । ଲୋକମାନେ ଭୟଭୀତ ହୋଇ ଘରୁ ବାହାରି ଆସିଥିଲେ। ଓଡିଶା ସମେତ ଆଠ ରାଜ୍ୟରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ଓଡ଼ିଶା, ଛତିଶଗଡ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଝାଡଖଣ୍ଡ ଏବଂ ଉତ୍ତରପ୍ରଦେଶରେ ଭୂମିକମ୍ପ ଅନୁଭୂତ ହୋଇଛି । ତିନୋଟି ରାଜ୍ୟରେ ଘଟିଥିବା ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୩ ମାପ କରାଯାଇଥିଲା। ଆଜି ସକାଳୁ ମାଲକାନଗିରି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ସକାଳ ୭ଟା ୮ ମିନିଟରେ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳରେ ଏହି ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ପ୍ରାୟ ୫ ରୁ ୭ ସେକେଣ୍ଡ ପର୍ଯ୍ୟନ୍ତ ଭୂମିକମ୍ପ ଅନୁଭୂତ ହୋଇଛି। ଖୁବ୍ କମ ସମୟ ପାଇଁ ଝଟକା ଅନୁଭୂତ ହୋଇଥିଲା। ତେବେ ଝଟ୍‌କା ଅନୁଭୂତ କରିବା ପରେ ଲୋକେ ଭୟଭୀତ ହେବା ସହ କିଛି ଲୋକ ଘରୁ ବାହାରକୁ ବାହାରି ଆସିଥିଲେ। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ନେଇ ସୂଚନା ନାହିଁ। ପ୍ରାୟ ସକାଳ ୭ଟା ବେଳେ ତେଲେଙ୍ଗାନାର ମୁଲୁଗ ଜିଲ୍ଲାରେ ଏକ ଭୂମିକମ୍ପ ହୋଇଥିଲା। ତେଲେଙ୍ଗାନା ବ୍ୟତୀତ ଛତିଶଗଡରେ ମଧ୍ୟ ଭୂମିକମ୍ପ ହୋଇଛି। ଉଭୟ ରାଜ୍ୟରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୩ ରହିଥିଲା। ଛତିଶଗଡର ବିଜାପୁର, ସୁକମା ଏବଂ ଜଗଦଲପୁରରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ବିଜାପୁରର ସମସ୍ତ ଚାରିଟି ବ୍ଲକରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା । ଡିସେମ୍ବର ୪ ତାରିଖ ସକାଳେ ଭାରତରେ ଏକ ଭୂମିକମ୍ପ ହୋଇଥିଲା। ଏହାପୂର୍ବରୁ ଗତ ୨୪ ଘଣ୍ଟା ମଧ୍ୟରେ ପୃଥିବୀର ଆହୁରି ୩ ଟି ଦେଶରେ ଭୂମିକମ୍ପ ଅନୁଭୂତ ହୋଇଛି । ଆଜି ସକାଳେ ଉତ୍ତର ଫିଲିପାଇନ୍ସରେ ଏକ ଭୂମିକମ୍ପ ହୋଇଥିଲା, ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫.୬ ରହିଥିଲା । ଏହାପୂର୍ବରୁ ଆଫ୍ରିକାର ଦକ୍ଷିଣ-ପଶ୍ଚିମରେ ଏକ ଭୂମିକମ୍ପ ହୋଇଥିଲା, ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୪.୯ ରହିଥିଲା । ଗୁଆମ ଦେଶରେ ମଧ୍ୟ ଭୂମିକମ୍ପ ହୋଇଥିଲା, ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫ ରହିଥିଲା । ଭୂମିକମ୍ପର ପ୍ରଭାବ ଫିଲିପାଇନ୍ସର କୋଠା ଭାଙ୍ଗିଯାଇଛି । ଅନ୍ୟ ଦୁଇ ଦେଶରେ ହୋଇଥିବା ଭୂମିକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତିର ସୂଚନା ନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!