Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଇଡି ଜେରା

by ସଞ୍ଜୟ ସ୍ୱାଇଁ
October 18, 2024
in NATIONAL NEWS
ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଇଡି ଜେରା
126
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଗୁରୁବାର ଦିନ ଗୌହ୍ବାଟୀରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଦ୍ୱାରା ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଜେରା କରାଯାଇଛି। ମହାଦେବ ବେଟିଂ ଆପ୍ ଓ ଫେୟାର ପ୍ଲେ ଆପ୍‌ରେ ବେଆଇନ ବିଜ୍ଞାପନରେ ଅଭିନୟ କରିବା ମାମଲାରେ ଜେରା କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ୩୪ ବର୍ଷିୟା ଅଭିନେତ୍ରୀଙ୍କ ବିବୃତି ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ (ପିଏମ୍‌ଏଲ୍‌ଏ) ଅନୁଯାୟୀ ଜୋନାଲ ଅଫିସରେ ରେକର୍ଡ କରାଯାଇଛି ବୋଲି କୁହାଯାଇଛି। ଭାଟିଆଙ୍କୁ ଦୀର୍ଘ ୫ ଘଣ୍ଟା ଧରି ଜେରା କରାଯାଇଛି। ଗତକାଲି ଅଭିନେତ୍ରୀ ତାଙ୍କ ବାପାମାଆଙ୍କୁ ନେଇ ଇଡି ଅଫିସ୍‌ରେ ପହଞ୍ଚିଥିବା ସୂଚନା ରହିଛି। ପଚରାଉଚରା ନେଇ ତମନ୍ନା କିମ୍ବା ତାଙ୍କ ବାପା କୌଣସି ପ୍ରତିକ୍ରିୟା ଦେଇନାହାନ୍ତି। ମହାଦେବ ବେଟିଂ ଆପ୍ ଓ ଫେୟାର ପ୍ଲେ ଆପ୍‌ରେ ଆଇପିଏଲ୍ ମ୍ୟାଚ୍ ବେଆଇନ ଭାବେ ଟେଲିକାଷ୍ଟ କରାଯାଇଥିଲା। ଥିପାଇଁ ଭାୟାକମ୍ ୧ କୋଟି ଟଙ୍କା କ୍ଷତି ସହିଥିଲା। ଏହି ମାମଲାରେ ତାଙ୍କର ସମ୍ପୃକ୍ତି ଥିବାରୁ ତମନ୍ନା ଭାଟିଆଙ୍କୁ ଗୌହାଟୀର ଇଡି କାର୍ଯ୍ୟାଳୟରେ ପଚରାଉଚରା କରାଯାଉଛି। ଆପ୍ ଜରିଆରେ ଲୋକେ ୫୭ ହଜାର ଟଙ୍କା ବିନିଯୋଗ କରିବା ପରେ ପ୍ରତିଦିନ ୪ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଇ କୋଟି କୋଟି ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ରଣବୀର କପୁର, ଶ୍ରଦ୍ଧା କପୁର, କପିଲ ଶର୍ମା, ହୁମା କୁରେସି, ହିନା ଖାନ୍‌ଙ୍କ ସମେତ ୧୭ ଜଣ ବଲିଉଡ୍ ତାରକାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ କରିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!