Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଉଚ୍ଚଶିକ୍ଷା ଅନୁଷ୍ଠାନରୁ ପୃଥକ କରାଯିବ

by ସଞ୍ଜୟ ସ୍ୱାଇଁ
May 19, 2021
in Nayagarh, State
ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଉଚ୍ଚଶିକ୍ଷା ଅନୁଷ୍ଠାନରୁ ପୃଥକ କରାଯିବ
542
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଯୁକ୍ତ-୨ ଶିକ୍ଷାକୁ ଉଚ୍ଚଶିକ୍ଷା ବିଭାଗରୁ ପୃଥକ କରାଯାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମିଶ୍ରଣ କରାଯାଇଥିବାବେଳେ ଯୁକ୍ତ-୨ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ଡିଗ୍ରୀ କଲେଜରୁ ପୃଥକୀକରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଗୁରୁତ୍ୱାରୋପ କରିଛନ୍ତି । ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଉଚ୍ଚଶିକ୍ଷା ଅନୁଷ୍ଠାନରୁ ପୃଥକ କରିବା ପ୍ରକ୍ରିୟାର ଅଗ୍ରଗତି ସଂପର୍କରେ ସମୀକ୍ଷା ନିମନ୍ତେ ଏକ ଉଚ୍ଚସ୍ତରୀୟ ବୈଠକ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଇତି ମଧ୍ୟରେ କିଛି ସ୍ଥାନରେ ଯୁକ୍ତ-୨ ଏବଂ ଡିଗ୍ରୀ ମହାବିଦ୍ୟାଳୟ ପୃଥକ ଭାବରେ କାର୍ଯ୍ୟ କରୁଛି । ତେବେ ଉଚ୍ଚଶିକ୍ଷା ବିଭାଗର ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀ ଯେଉଁମାନେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅବସ୍ଥାପିତ ହୋଇ କାର୍ଯ୍ୟକରୁଛି, ସେମାନଙ୍କୁ ପର୍ଯ୍ୟାୟ କ୍ରମେ ଉଚ୍ଚଶିକ୍ଷା ବିଭାଗକୁ ଫେରାଇ ନିଆଯିବ, ଯେପରି ଯୁକ୍ତ-୨ ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ କ୍ଷେତ୍ରରେ କୌଣସି ବ୍ୟାଘାତ ସୃଷ୍ଟି ନହୁଏ । ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ପୂରଣ ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ । ସେହିପରି ଯେଉଁସବୁ କମ୍ପୋଜିଟ୍‌ ମହାବିଦ୍ୟାଳୟରେ ଯୁକ୍ତ-୨ ଏବଂ ଡିଗ୍ରୀ ମହାବିଦ୍ୟାଳୟ କାର୍ଯ୍ୟ କରୁଛି ଏବଂ ସେସବୁ ଶିକ୍ଷାନୁଷ୍ଠାନରେ କୋଠାବାଡ଼ି, ଜମି ଏବଂ ଅନ୍ୟାନ୍ୟ ଭିତ୍ତିଭୂମି ଦୃଷ୍ଟିରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଡିଗ୍ରୀ ମହାବିଦ୍ୟାଳୟକୁ ସଂପୂର୍ଣ୍ଣ ରୂପେ ପୃଥକ କରାଯାଇପାରିବ, ସେଗୁଡ଼ିକୁ ସଂପୂର୍ଣ୍ଣ ରୂପେ ଅଲଗା କରାଯିବ । ତଦନୁଯାୟୀ ଜମିଜମା କାଗଜପତ୍ର ମଧ୍ୟ ପରିବର୍ତ୍ତନ କରାଯିବ । କୋଠାବାଡ଼ି ଓ ଅନ୍ୟାନ୍ୟ ଭିତ୍ତିଭୂମି ସଂପୂର୍ଣ୍ଣ ପୃଥକ ହୋଇଗଲେ ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଏବଂ ଡିଗ୍ରୀ ମହାବିଦ୍ୟାଳୟ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ହେବ । ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିକ୍ଷକ ଓ ଅଣଶିକ୍ଷକଙ୍କ ପଦବୀ ପୂରଣ ଓ ଅନ୍ୟାନ୍ୟ ଭିତ୍ତିିଭୂମି ନିର୍ମାଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ ଅର୍ଥବିଭାଗ ସହିତ ଖୁବ୍‌ଶୀଘ୍ର ଏକ ମିଳିତ ବୈଠକ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!