Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ତିନି କଲେଜରୁ ଅଲଗା ହେବ ଯୁକ୍ତଦୁଇ ଶ୍ରେଣୀ

by ସଞ୍ଜୟ ସ୍ୱାଇଁ
December 22, 2022
in Education, State
ଯୁକ୍ତ ତିନି କଲେଜରୁ ଅଲଗା ହେବ ଯୁକ୍ତଦୁଇ ଶ୍ରେଣୀ
223
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ସବୁବେଳେ ନୂଆ ନୂଆ ପଦକ୍ଷେପ ଗ୍ରହଣ କରିଥାନ୍ତି । ତେବେ ରାଜ୍ୟ ସରକାର ଯୁକ୍ତ ଦୁଇ ଓ ଯୁକ୍ତ ତିନି ମିଶ୍ରିତ ଭାବେ ରହିଥିବା କଲେଜଗୁଡ଼ିକର ପୃଥକୀକରଣ ନେଇ ପ୍ରକ୍ରିୟା ଆରମ୍ଭ କରିବାକୁ ଯାଉଛନ୍ତି । ଯୁକ୍ତ ତିନି କଲେଜରୁ ଯୁକ୍ତଦୁଇ ଶ୍ରେଣୀକୁ ସମ୍ପୂର୍ଣ୍ଣ ଭାବେ ଅଲଗା କରି ଦିଆଯିବ । ତେବେ ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ଓ ଗଣଶିକ୍ଷା ବିଭାଗର ମିଳିତ ସହଭାଗିତାରେ ପ୍ରକ୍ରିୟା ଆରମ୍ଭ ହେବ । ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୦ଟି କଲେଜକୁ ପୃଥିକୀକରଣ କରାଯାଇଛି । ଏ ଦିଗରେ ଜମି ଓ ଭିତ୍ତିଭୂମି ସମସ୍ୟା ବାଧା ସୃଷ୍ଟି କରୁଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ପୃଥିବୀକରଣ ଉପରେ ଆଲୋଚନା ହୋଇଥିଲା । ଏହି ବୈଠକରେ ଗଣଶିକ୍ଷା, ଉଚ୍ଚଶିକ୍ଷା, ଅର୍ଥ, ପଞ୍ଚାୟତିରାଜ ଓ ରାଜସ୍ୱ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଗଣଶିକ୍ଷା ବିଭାଗ ଅଧିନରେ ଥିବା ମାଧ୍ୟମିକ ସ୍କୁଲମାନଙ୍କରେ ଥିବା ଖାଲି ପଦ ପୂରଣ ପାଇଁ ପ୍ରକ୍ରିୟା ଜାରି ରହିଛି । ସେହିପରି ଯୁକ୍ତଦୁଇ କଲେଜମାନଙ୍କରେ ମଧ୍ୟ ନିଯୁକ୍ତି ନେଇ ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସସି)କୁ ଦାୟିତ୍ୱ ଦିଆଯାଇଛି । ଏହା ମଧ୍ୟରେ ୧୫୪୩ଟି ପୋଷ୍ଟ ଗ୍ରାଜୁଏଟ ଟିଚର (ପିଜିଟି) ନିଯୁକ୍ତି ପାଇଁ ମଞ୍ଜୁରୀ ମିଳିସାରିଥିବା ବେଳେ ଆଗକୁ ୩୬୭ଟି ପିଜିଟି ନିଯୁକ୍ତି ପାଇଁ ନୋଟିଫିକେସନ ଜାରି ହେବ । ସୂଚନାଯୋଗ୍ୟ ଯେ, ଡିଗ୍ରୀ କଲେଜ ପରିସରରୁ ଯୁକ୍ତଦୁଇ ଶ୍ରେଣୀକୁ ଅଲଗା ନେଇ ଗତ ଅଗଷ୍ଟ ମାସରେ ଚର୍ଚ୍ଚା ହୋଇଥିଲା । ଉଚ୍ଚଶିକ୍ଷା ଓ ଗଣଶିକ୍ଷା ବିଭାଗର ବୈଠକରେ ଏହା ଉପରେ ଆଲୋଚନା କରାଯିବ ବୋଲି କୁହାଯାଇଥିଲା । ଯୁକ୍ତଦୁଇକୁ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଢାଞ୍ଚାରେ ହାଇସ୍କୁଲ ପରିସରରେ ସାମିଲ କରାଯିବା ସହ ଶିକ୍ଷାଦାନ କରାଯିବ ବୋଲି କୁହାଯାଇଥିଲା । ଏ ବାବଦରେ ଚୂଡ଼ାନ୍ତ ନିଷ୍ପତ୍ତି ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ବୋଲି କୁହାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!