Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିଜମା ସମସ୍ୟାର ସମାଧାନ ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଗୁରୁତ୍ୱ

by ସଞ୍ଜୟ ସ୍ୱାଇଁ
May 18, 2021
in State
ପ୍ରଧାନମନ୍ତ୍ରୀ କିଷାନ ଯୋଜନା: ତାଲା ଚାବି କେନ୍ଦ୍ର ପାଖରେ
423
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟଗୁଡ଼ିକର ଜମିଜମା ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ଦିଗରେ ତ୍ୱରିତ ପଦକ୍ଷେପ ଗ୍ରହଣ ଉପରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଗୁରୁତ୍ୱାରୋପ କରିଛନ୍ତି । ଆଜି ଏହି ପରିପ୍ରେକ୍ଷୀରେ ଭର୍ଚୁଆଲ୍‌ ମାଧ୍ୟମରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ମନ୍ତ୍ରୀ ଡ. ସାହୁ ଅଧ୍ୟକ୍ଷତା କରିଥିବାବେଳେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକର ନିଜ ନାମରେ ଜମି ରେକର୍ଡ ନଥିବା କ୍ଷେତ୍ରରେ ନାକ୍‌ ମାନ୍ୟତା ସମେତ ବିଭିନ୍ନ ଅନୁଦାନ ମିଳିବାରେ ବାଧା ସୃଷ୍ଟି ହେଉଥିବା ଦୃଷ୍ଟିରୁ ଜମିଜମା ସଂକ୍ରାନ୍ତୀୟ ସମସ୍ୟାର ତୁରନ୍ତ ସମାଧାନ ହେବା ଆବଶ୍ୟକ । ଅନେକ ଅଗ୍ରଣୀ ମହାବିଦ୍ୟାଳୟର ଜମିଜମା ସଂକ୍ରାନ୍ତ ସମସ୍ୟା ଦୀର୍ଘ ଦିନ ହେଲା ସମାଧାନ ନହୋଇ ପଡ଼ି ରହିଥିବାବେଳେ ଆବଶ୍ୟକ ଭିତ୍ତିଭୂମିର ବିକାଶ ମହୋଇପାରୁନାହିଁ । ତେଣୁ, ଏ ଦିଗରେ ସମାଧାନର ପନ୍ଥା ନିର୍ଦ୍ଧାରଣ ହୋଇପାରିଲେ ମହାବିଦ୍ୟାଳୟଗୁଡ଼ିକର ଉନ୍ନୟନ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଯେଉଁସବୁ ମହାବିଦ୍ୟାଳୟର ଜମିଜମା ସମସ୍ୟା ରହିଛି ସେହିସବୁ ମହାବିଦ୍ୟାଳୟର ଅଧ୍ୟକ୍ଷମାନେ ଜମିଜମାର ସ୍ଥିତାବସ୍ଥା ସଂପର୍କରେ ବିସ୍ତୃତ ବିବରଣୀ ବିଭାଗକୁ ପ୍ରଦାନ କରିବା ପରେ ଜମିଜମା ରେକର୍ଡ ନିୟମିତ କରିବା ଦିଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ନୀତିଗତ ନିଷ୍ପତ୍ତି ଗ୍ରହଣ କରିବା ପାଇଁ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!