Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ରାଜ୍ୟରେ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

by ସଞ୍ଜୟ ସ୍ୱାଇଁ
August 9, 2021
in Education, State
ଆଜିଠୁ ରାଜ୍ୟରେ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ
39
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟରେ ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନ ରାଜ୍ୟର ସମସ୍ତ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଂଜିନିୟରିଂ, ଡିପ୍ଲୋମା, ଆଇଟିଆଇ, ପଲିଟେକନିକ କଲେଜ ଖୋଲିବ। ରାଜ୍ୟ ସରକାରଙ୍କ ଏସ୍‌ଓପି ଅନୁସାରେ ଶିକ୍ଷାନୁଷ୍ଠାନ ଖୋଲାଯିବ। ଛାତ୍ରଛାତ୍ରୀଙ୍କ ସଂଖ୍ୟା ଓ ସଂକ୍ରମଣକୁ ଦୃଷ୍ଟିରେ ରଖି କଲେଜରେ କ୍ଲାସ୍ ବ୍ୟବସ୍ଥା ହେବ। ଆଇଟିଆଇ, ପଲିଟେକନିକ୍ ଭଳି ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନର କେବଳ ଶେଷବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ କ୍ୟାମ୍ପସ ଖୋଲିବ। ଅନ୍ୟ କ୍ଲାସ୍‌ଗୁଡ଼ିକ ଅବସ୍ଥା ଦେଖି ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ। ସାମାଜିକ ଦୂରତା, ମାସ୍କ ପିନ୍ଧିବା ଉପରେ ଅଧିକ ଗୁରୁତ୍ବ ଦିଆଯିବ। ଯେଉଁମାନେ କୋଭିଡ୍‌ ଗାଇଡଲାଇନ୍ ପାଳନ କରିବେ ନାହିଁ, ସେମାନଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ରହୁଥିବା ଶିକ୍ଷକ, କର୍ମଚାରୀ, ଛାତ୍ରଛାତ୍ରୀ ବିଶ୍ବବିଦ୍ୟାଳୟ ଓ କଲେଜକୁ ଆସିବେ ନାହିଁ। ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି। ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ କ୍ୟାମ୍ପସରେ ନିୟମିତ ଭାବେ ହ୍ୟାଣ୍ଡୱାସ୍‌ ଓ ହାତ ସାନିଟାଇଜ୍‌ କରିବେ। କ୍ଲାସରୁମ୍‌, ଲାଇବ୍ରେରି, ଲାବରେଟୋରିରେ ୬ ଫୁଟ୍‌ର ସାମାଜିକ ଦୂରତା ରକ୍ଷା କରିବେ। କ୍ୟାମ୍ପସରେ ଛେପ ପକାଇବା ଉପରେ କଟକଣା ଲାଗୁ ହୋଇଛି। କାଶିବା କିମ୍ବା ଛିଙ୍କିବା ସମୟରେ ମୁହଁକୁ ଭଲ ଭାବେ ଘୋଡ଼ାଇବେ। ଅସୁସ୍ଥତା ଅନୁଭବ କଲେ ଛାତ୍ରଛାତ୍ରୀ, ଶିକ୍ଷକ, କର୍ମଚାରୀମାନେ କର୍ତ୍ତୃପକ୍ଷଙ୍କୁ ଜଣାଇବେ। ସମସ୍ତ ହଷ୍ଟେଲରେ ସଂଗରୋଧ ରୁମ୍‌ ରଖିବାକୁ ବାଧ୍ୟତାମୂଳକ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!