Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
March 6, 2021
in Feature News
ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ
99
VIEWS
Share on FacebookShare on Twitter

ନାକଟିଦେଉଳ,(ବାଘୁଆବାର୍ତ୍ତା):  ପୁଣି ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲାର ନାକଟିଦେଉଳ ବ୍ଲକ ଅନ୍ତର୍ଗତ ସାଲେଭଟା ପଞ୍ଚାୟତ ସ୍ଥିତ ବସାନୋଇ ଗାଁରେ। ମୃତକ ଜଣକ ବିରଞ୍ଚି ବାଦୀ (୫୮)। ଗତକାଲି ସନ୍ଧ୍ୟା ୫ ଟାରେ ମୃତ୍ୟୁ ଘଟିଛି। ଏନେଇ ବସାନୋଇ ଗାଁରେ ଶୋକର ଛାୟା ଖେଳିଯାଇଛି। ଗତକାଲି ସେ ନିଜ ଖେତ ଗରିଆପାଟ ଖମଣକୁ ଯାଇଥିଲେ ‌ସେଠାରୁ ସେ ଆଉ ଘରକୁ ଫେରିନଥିଲେ। ପରିବାର ଲୋକ ଏବଂ ଗ୍ରାମବାସୀ ବହୁ ଖୋଜାଖୋଜି ପରେ ଗାଁ ପାଖ ଜଙ୍ଗଲରେ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଘରଠାରୁ ତାଙ୍କ ନିଜ ଖେତ ଗରିଆପାଟ ଖମଣକୁ ଯିବା ପାଇଁ ପ୍ରାୟ ୨ କିଲୋମିଟର ହୋଇଥିବା ବେଳେ ଜଙ୍ଗଲ ରାସ୍ତା ପଡ଼ୁଥିବାରୁ ବାଟରେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଛି। ମୃତକ ବିରଞ୍ଚିବାଦୀ ନିଜ ପତ୍ନୀ ଓ ତାଙ୍କ ସହ ଝିଅ ଯମୁନା(୧୮)ଙ୍କ ସହ ରହୁଥିଲେ। ସେ ଗରିବ ହୋଇଥିବାରୁ ବହୁ କଷ୍ଟରେ ଜୀବନଯାପନ କରୁଥିବା ବେଳେ ତାଙ୍କ ଝିଅ ଯମୁନା ବିକଳାଙ୍ଗ ଅବସ୍ଥାରେ ଜୀବନ କାଟୁଥିଲେ। ବିରଞ୍ଚି ବାଦୀଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବାରୁ କ୍ଷତିପୂରଣ ବାବଦରେ ଆଜି ୪୦ ହଜାର ଟଙ୍କା ବନବିଭାଗ ଦେବ ବୋଲି କୁହାଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!