Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆପାର୍ଟମେଣ୍ଟରୁ ଚୋରି, ହେଲା ଏନକାଉଣ୍ଟର

by ସଞ୍ଜୟ ସ୍ୱାଇଁ
February 17, 2025
in Crime, State
ଆପାର୍ଟମେଣ୍ଟରୁ ଚୋରି, ହେଲା ଏନକାଉଣ୍ଟର
200
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ସକାଳୁ ସକାଳୁ ରାଜଧାନୀରେ ଏନକାଉଣ୍ଟର । ଡକାୟତି ଉଦ୍ୟମ ବେଳେ ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗକୁ ଏନକାଉଣ୍ଟର କରିଛି ପୋଲିସ । ରାଜଧାନୀ ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଏନକାଉଣ୍ଟର ହୋଇଛି । ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ୍ ଅନାରେକୁ ଏନକାଉଣ୍ଟର ହୋଇଥିବା ସୂଚନା ମିଳିଛି। ଆଜି ସକାଳେ ଅର୍ଜୁନ୍ ଲୁଟ୍ ଉଦ୍ୟମ କରୁଥିବାବେଳେ ପୁଲିସ୍ ଏନକାଉଣ୍ଟରର ଶିକାର ହୋଇଛି । ଅର୍ଜୁନର ବାମ ପଟ ଆଣ୍ଠୁରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସପିଟାଲ ଓ ପରେ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟ ୪ ଜଣ ଫେରାର ମାରିଛନ୍ତି । ଗତ ରାତିରେ ବାଲିଅନ୍ତା ଥାନା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଅର୍ଜୁନ ଓ ତାର ଗ୍ୟାଙ୍ଗ ପୋଲିସ ହାବୁଡ଼ରେ ପଡ଼ିଥିଲେ। ଏମାନେ ଲୁଟ୍ ପାଇଁ ଯୋଜନା କରୁଥିଲେ। ପୋଲିସକୁ ଦେଖି ପଳାଇବାକୁ ଚେଷ୍ଟା କରିବା ପରେ ପୋଲିସ ସେମାନଙ୍କୁ ଗୋଡ଼ାଇଥିଲା। ବାଲିଅନ୍ତା କେନାଲ ବନ୍ଧ ପାଖରେ ପୋଲିସ ଉପରକୁ ସେମାନେ ପ୍ରଥମେ ଗୁଳି ଚଳାଇଥିଲେ। ଗୁଳିର ଜବାବ ଗୁଳିରେ ଦେଇଥିଲା ପୋଲିସ । ଅର୍ଜୁନର ଗୋଡ଼ରେ ଗୁଳି ବାଜିଛି । ତେଣୁ ସେ ତଳେ ପଡ଼ିଯିବା ପରେ ପୋଲିସ ତାକୁ କାବୁ କରିଛି । ତାର ୪ ଜଣ ସହଯୋଗୀ ଫେରାର ହୋଇ ଯାଇଛନ୍ତି । ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!