Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣି ମାଫିଆଙ୍କ ଉତ୍ପାତ, ଏନଫୋର୍ସମେଣ୍ଟ ଟିମକୁ ଗାଡ଼ି ଚପାଇ ମାରିଦେବା ଉଦ୍ୟମ

by ସଞ୍ଜୟ ସ୍ୱାଇଁ
May 10, 2023
in Crime, Nayagarh, State
ଖଣି ମାଫିଆଙ୍କ ଉତ୍ପାତ, ଏନଫୋର୍ସମେଣ୍ଟ ଟିମକୁ ଗାଡ଼ି ଚପାଇ ମାରିଦେବା ଉଦ୍ୟମ
688
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାର ରଣପୁର ତହସିଲ ଅଞ୍ଚଳରେ ବେଆଇନ ଖଣି ମାଫିଆଙ୍କ ଉତ୍ପାତ ଦେଖିବାକୁ ମିଳିଛି । ରଣପୁରରେ ବେଆଇନ ଖଣିକୁ ନେଇ ଜିଲ୍ଲାରେ ଚର୍ଚ୍ଚା ଯୋର ଧରିଥିବାବେଳେ ଆଜି ଏକ ଅଘଟଣ ଦେଖିବାକୁ ମିଳିଛି । ରଣପୁର ତହସିଲ ଏନଫୋସମେଣ୍ଟ ଟିମ୍‌କୁ ଆଜି ଖଣି ମାଫିଆଙ୍କ ଆକ୍ରମଣ ଦେଖିବାକୁ ମିଳିଛି । ଏନଫୋର୍ସମେଣ୍ଟ ଟିମ ପକ୍ଷରୁ ଆଜି ଚାନ୍ଦପୁର ଥାନା ପଟିଆ ପଞ୍ଚାୟତ କୁଶୁପଲ୍ଲା ବେଆଇନ ଖଣି ଉପରେ ଚଢ଼ଉ କରାଯାଇଥିଲା । ଖଣି ମାଫିଆ ମାନେ ଜବରଦସ୍ତ ଗାଡ଼ି ନେଇଯିବା ସହ ଗାଡ଼ି ଚଢ଼ାଇଦେବା ପାଇଁ ଉଦ୍ୟମ କରିଥିଲେ ।

ଅଳ୍ପକେ ବର୍ତିଯାଇଛନ୍ତି ଆହତ ଅମିନ ସୁଦାମ ଚରଣ ବେହେରା । ଆଜି ରଣପୁର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାରଙ୍କ ନେତୃତ୍ୱରେ ଏକ ସାତ ଜଣିଆ ଟିମ କୁଶପଲ୍ଲା ବେଆଇନ ଖଣି ଉପରେ ଚଢ଼ଉ କରାଯାଇଥିଲା । ବଡ଼ ଗାଡି ଯିବାରୁ ମାଫିଆମାନେ ଜାଣି ଦେଉଥିବାରୁ ଏନଫୋର୍ସମେଣ୍ଟ ଟିମ ଆଜି ବାଇକ ଯୋଗେ ଯାଇଥିଲେ । ଏମାନେ ପହଞ୍ଚିବା ମାତ୍ରେ ଉପସ୍ଥିତ ଖଣି ମାଫିଆ ମାନେ ଗାଡି ଚଢ଼ାଇଦେବାକୁ ଉଦ୍ୟମ କରି ଫେରାର ହୋଇଯାଇଥିଲେ ।

ସମ୍ପୃକ୍ତ ଅମିନ ଜଣକୁ ଚାନ୍ଦପୁର ବସନ୍ତ ମଞ୍ଜରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିିତ୍ସା କରାଇ ଚାନ୍ଦପୁର ଥାନାରେ ଏକ ମାମଲା ରୁଜୁ କରାଯିବା ନେଇ ପ୍ରକାଶ କରିଛନ୍ତି ଅତିରିକ୍ତ ତହସିଲଦାର । ଆଜିର ଏହି ଚଢ଼ଉ କାର୍ଯ୍ୟରେ ରାଜସ୍ୱ ସୁପରଭାଇଜର ଶିବନାରାୟଣ ପ୍ରଧାନ, ଝାରପଡା ଆରଆଇ ଅନିଲ ବେହେରା, ରାୟପଡା ଆରଆଇ ରାକେଶ ରଞ୍ଜନ ସେଠି ଓ ରଣପୁର ତହସିଲର ୪ ଜଣ ଅମିନ ସାମିଲ ହୋଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!