Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଞ୍ଜିନିୟରିଂ ଓ ମେଡିକାଲ ଛାତ୍ରଛାତ୍ରୀମାନେ ପାଇବେ ମାଗଣାରେ କୋଚିଂ ସୁବିଧା

by ସଞ୍ଜୟ ସ୍ୱାଇଁ
October 5, 2021
in Education, State
ଇଞ୍ଜିନିୟରିଂ ଓ ମେଡିକାଲ ଛାତ୍ରଛାତ୍ରୀମାନେ ପାଇବେ ମାଗଣାରେ କୋଚିଂ ସୁବିଧା
123
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଇଞ୍ଜିନିୟରିଂ ଓ ମେଡିକାଲ ଛାତ୍ରଛାତ୍ରୀମାନେ ପାଇବେ ମାଗଣାରେ କୋଚିଂ ସୁବିଧା । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ପକ୍ଷରୁ ଏଥିପାଇଁ ଆରମ୍ଭ କରାଯାଇଛି ‘ଛାତ୍ର ପ୍ରୋତ୍ସାହନ ଯୋଜନା’ । ଏହି ଯୋଜନାରେ ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାର ମାଗଣାରେ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ଯୋଗାଇଦେବେ । ଏହା ଦ୍ୱାରା ଦୁର୍ଗମ ଅଞ୍ଚଳରେ ରହୁଥିବା ଛାତ୍ରଛାତ୍ରୀଙ୍କ ମେଧା ଦକ୍ଷତା, ପ୍ରତିଭା ଓ ପ୍ରତିଯୋଗୀ ମନୋଭାବ ବିକଶିତ ହୋଇପାରିବ । ଛାତ୍ରଛାତ୍ରୀମାନେ ୨୦୨୩ ବର୍ଷର ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେବେ ବୋଲି ବିଭାଗୀୟ ସଚିବ ସୂଚନା ଦେଇଛନ୍ତି । ଏହି ଯୋଜନା ଦ୍ୱାରା ଦଶମ ଶ୍ରେଣୀର ମେଧାବୀ ଅନୁସୂଚିତ ଜନଜାତି ଓ ଜାତିର ଛାତ୍ରଛାତ୍ରୀଙ୍କୁ ତରୁଣ ବୟସରୁ ପ୍ରୋତ୍ସାହିତ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି । ମନୋନୀତ ଛାତ୍ରଛାତ୍ରୀଙ୍କୁ ସେମାନେ ପଢ଼ୁଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିବେଶରେ କୋଚିଂ ଦିଆଯିବ । ଏହି ଯୋଜନା ନିମନ୍ତେ ମନୋନୀତ କୋଚିଂ ଓ ଏଜେନ୍ସି ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି ଏଜେନ୍ସିଗୁଡ଼ିକ ପ୍ରତ୍ୟକ୍ଷ ଭାବେ ମେଡିକାଲ ଓ ଇଞ୍ଜିନିୟରିଂ କୋଚିଂ ପ୍ରଦାନ କରିବେ । ମନୋନୀତ ଛାତ୍ରଛାତ୍ରୀଙ୍କୁ ୭ଟି ଉତ୍କର୍ଷ କେନ୍ଦ୍ରରେ ପ୍ରସ୍ତୁତି ନିମନ୍ତେ ପ୍ରଶିକ୍ଷିଣ ଦିଆଯିବ ବୋଲି କୁହାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!