ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡାକ୍ତର ଶରତ କୁମାର ଦାଶଙ୍କ ତତ୍ତ୍ଵାବଧାନରେ ଯକ୍ଷ୍ମା ରୋଗର ପ୍ରତିରୋଧ ପାଇଁ ଟୀକାକରଣ ଉପରେ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଶା କର୍ମୀ, ଅଙ୍ଗନୱାଡି କର୍ମୀ ଓ ଟିବି ସ୍ୱେଚ୍ଛାସେବୀମାନେ ଘରକୁ ଘର ବୁଲି ୧୮ ରୁ ଉର୍ଦ୍ଧ ବୟସ୍କ ମାନଙ୍କ ପାଇଁ ବିସିଜି ଟୀକା ନେବା ପାଇଁ ସଚେତନ କରିବେ । ମାତ୍ର ଏହି ଟୀକା ଗର୍ଭବତୀ, ସ୍ତନ୍ୟପାନ କରାଉଥିବା ମା ଓ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାରେ ଥିବା ବ୍ୟକ୍ତିମାନେ ନେଇପାରିବେ ନାହିଁ ।
ଏହି ଟୀକା ଟୀକାକରଣ କେନ୍ଦ୍ରରେ ଓ ସ୍ୱାସ୍ଥ୍ୟ ଅଭିଯାନ ଚାଲୁଥିବା ସମୟରେ ବିନାମୂଲ୍ୟରେ ଦିଆଯାଇ ପାରିବ । ବ୍ଲକ କାର୍ଯ୍ୟକ୍ରମ ପରିଚାଳିକା ନିବେଦିତା ପ୍ରଧାନଙ୍କ ତତ୍ତ୍ଵାବଧାନରେ ସ୍ବାସ୍ଥ୍ୟ ପରିଦଶðକ, ସ୍ୱାସ୍ଥ୍ୟ କର୍ମୀ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରିଣୀ ମାନଙ୍କୁ ତାଲିମ ପ୍ରଦାନ କରାଯାଇଥିଲା । ଗ୍ରାମକୁ ଗ୍ରାମ ଯାଇ ଟୀକାକରଣ ସମ୍ପର୍କିତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଗଲା । ସ୍ୱାସ୍ଥ୍ୟ ବିଭାଗର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସୁରେନ୍ଦ୍ର ପ୍ରଧାନ ଓ ବରିଷ୍ଠ ଚିକିତ୍ସା ତଦାରଖକାରୀ ଦୀପକ କୁମାର ଦଳବେହେରା ପ୍ରଶିକ୍ଷକ ଭାବେ ଯୋଗଦେଇଥିଲେ ।