Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଶା କର୍ମୀଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ପିଟିଲେ

by ସଞ୍ଜୟ ସ୍ୱାଇଁ
June 21, 2025
in Nayagarh
ଆଶା କର୍ମୀଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ପିଟିଲେ
493
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଗାଁ ଦାଣ୍ଡରେ ପିଉଥିଲେ ମଦ । ବାରଣ କରିବାରୁ ମାରିଲେ ମାଡ଼ । ଆଶା କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଲେ କିଛି ଯୁବକ । ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ପାର୍ବତୀପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ପାର୍ବତୀପୁର ଗାଁର ଆଶା କର୍ମୀ ଟୁନି ମହାପାତ୍ର ଶୁକ୍ରବାର ରାତିରେ ଜଣେ ଗର୍ଭବତୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଯାଉଥିଲେ । ତାଙ୍କ ଯିବା ବାଟରେ ଗାଁର ସୁବାସ ବେହେରାଙ୍କ ସହିତ କିଛି ଯୁବକ ମଦ୍ୟପାନ କରୁଥିଲେ । ତାହାକୁ ଟୁନି ବାରଣ କରିବାରୁ ଉକ୍ତ ଯୁବକମାନେ ଟୁନିଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ଯାହା ଫଳରେ ଟୁନି ସଜ୍ଞାହୀନ ହୋଇ ତଳେ ପଡିଯାଇଥିଲେ । ତେବେ ସ୍ଥାନୀୟ ବାସିନ୍ଦା ଏହାର ପ୍ରତିବାଦ କରିବାରୁ ଉକ୍ତ ଅସାମାଜିକ ଯୁବକ ମାନେ ସେମାନଙ୍କୁ ମଧ୍ୟ ଆକ୍ରମଣ କରିଥିଲେ । ଫଳରେ ମାୟାଧର ନାମକ ଜଣେ ଯୁବକ ଆକ୍ରମଣରେ ଆହତ ହୋଇ ଭାପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ଫତେଗଡ଼ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଅଭିଯୁକ୍ତ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା ପାଇଁ ଦାବି ହେଉଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!