Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ବାପା ଓ ୮ ବର୍ଷ ଝିଅର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 28, 2025
in Accident, State
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ବାପା ଓ ୮ ବର୍ଷ ଝିଅର ମୃତ୍ୟୁ
53
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ଏମିତି ବି ଆସେ ମୃତ୍ୟୁ । ଡକା ଡକି ହୋଇ ଚାଲିଗଲେ ବାପ-ଝିଅ । ଦୁଇ ବାଇକ୍ ମୁହାମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୭ ଜଣ ଗୁରୁତର ହୋଇଛନ୍ତି । ବୌଦ୍ଧ ଜିଲ୍ଲା ଆଦର୍ଶ ଥାନା ଅନ୍ତର୍ଗତ ଗୋନ୍ଦିସର ନିକଟରେ ଏଭଳି ଦୁର୍ଘଟଣା ଘଟିଛି । ଗୁରୁତରଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଦୁଇ ମୃତଦେହ ଜବତ କରିଛି ଆଦର୍ଶ ଥାନା ପୋଲିସ ।

ସୂଚନାଯୋଗ୍ୟ ଯେ, ବୌଦ୍ଧ ଜିଲ୍ଲା ଟିକରପଡା ପଞ୍ଚାୟତ ଚରିଆପାଲି ଗ୍ରାମର ଗଜେନ୍ଦ୍ର ମଲ୍ଲିକ ମଙ୍ଗଳବାର ରାତିରେ ଡିଲେଜୁ ଗ୍ରାମର ସମ୍ପର୍କୀୟଙ୍କ ବିବାହ ଭୋଜିରେ ଯୋଗଦେଇ ଏକ ବାଇକ୍ ଯୋଗେ ପରିବାର ସହ ନିଜ ଘରକୁ ଫେରୁଥିଲେ । ଫେରିବା ସମୟରେ ଗୌନ୍ଦିସର ଗ୍ରାମ ନିକଟରେ ବୀପରିତ ଦିଗରୁ ଆସୁଥିବା ଅନ୍ୟ ଏକ ବାଇକ୍ ସହ ତାଙ୍କ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଗଜେନ୍ଦ୍ର ମଲ୍ଲିକ, ତାଙ୍କ ପତ୍ନୀ ଓ ୩ ଶିଶୁ କନ୍ୟା ଗୁରୁତର ଆହତ ହୋଇଥିଲେ । ସେହିପରି ଅନ୍ୟ ବାଇକ୍ ଆରୋହୀ ଗୋଚ୍ଛାପଡା ଗ୍ରାମର ସଂଜୀବ ବାଘ, ଯଶୋବନ୍ତ ବାଘ, ଗୋବିନ୍ଦ ଝାଙ୍କର ଓ ଅନ୍ୟ ଜଣେ ମଧ୍ୟ ଗୁରୁତର ଆହତ ହୋଇଥିଲେ । ତେବେ ସମସ୍ତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ମେଡିକାଲରେ ଡାକ୍ତର ଗଜେନ୍ଦ୍ର ମଲ୍ଲିକ ଓ ତାଙ୍କ ୮ ବର୍ଷର ଝିଅ ଲିପସା ମଲ୍ଲିକଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଅନ୍ୟ ସମସ୍ତଙ୍କର ଗୁରୁତର ଅବସ୍ଥାରେ ବୌଦ୍ଧ ଡାକ୍ତରଖାନାରେ ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି l ତେବେ ବୌଦ୍ଧ ଆଦର୍ଶ ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ୨ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026
ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!