Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭି.କେ ପାଣ୍ଡିଆନଙ୍କୁ ମିଳିଲା ସମ୍ମାନଜନକ ପ୍ରେସିଡେଣ୍ଟସ ଆୱାର୍ଡ

by ସଞ୍ଜୟ ସ୍ୱାଇଁ
May 22, 2021
in Nayagarh
ଭି.କେ ପାଣ୍ଡିଆନଙ୍କୁ ମିଳିଲା ସମ୍ମାନଜନକ ପ୍ରେସିଡେଣ୍ଟସ ଆୱାର୍ଡ
465
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):ରାଜ୍ୟରେ ହକିର ବିକାଶ ତଥା ଏହାକୁ ଆଗକୁ ବଢାଇବା ପାଇଁ ଯେଉଁ ଯୋଗଦାନ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବଙ୍କର ରହିଛି ସେଥିପାଇଁ ତାଙ୍କୁ ଅନ୍ତର୍ଜାତୀୟ ହକି ଫେଡେରେସନ ସମ୍ମାନଜନକ ପ୍ରେସିଡେଣ୍ଟସ ସମ୍ମାନରେ ସମ୍ମାନିତ କରିଛି । ଭର୍ଚୁଆଲରେ ଆୟୋଜନ ହୋଇଥିବା ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭି. କେ ପାଣ୍ଡିଆନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ରାଜ୍ୟରେ ହକିର ପ୍ରଚାର ପ୍ରସାର ପାଇଁ ସରକାରୀ ସ୍ତରରେ ଯଥେଷ୍ଟ ଉଦ୍ୟମ କରାଯାଇଛି । ଭାରତୀୟ ହକି ଦଳର ପ୍ରୟୋଜକ ଭାବେ ଓଡିଶା ଥିବା ବେଳେ, ୨୦୨୩ରେ ହକି ବିଶ୍ୱକପ ପାଇଁ ଓଡିଶା ପ୍ରସ୍ତୁତି କରୁଛି । ସେହିଭଳି ରାଉରକେଲାରେ ଏକ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ ପାଇଁ ମଧ୍ୟ ସରକାର କାର୍ଯ୍ୟ ଆରମ୍ଭ କରିସାରିଛନ୍ତି । ୨୦୧୪ରେ କଳିଙ୍ଗ ଷ୍ଟାଡିୟମରେ ହକି ଚାମ୍ପିୟନସ ଟ୍ରଫି, ୨୦୧୭ରେ ହକି ୱାର୍ଲଡ ଲିଗର ଆୟୋଜନ କରି ହକି ଦୁନିଆରେ ନିଜର ଏକ ସ୍ୱତନ୍ତ୍ର ଛାପ ଛାଡିଛି ଓଡିଶା । ଆଉ ଏସବୁ ପଛରେ ୫-ଟି ସଚିବଙ୍କ ଏକ ବଡ ଭୂମିକା ଥିବା ଚର୍ଚ୍ଚା ହେଉଥିଲା । ପାଣ୍ଡିଆନଙ୍କୁ ଏହି ପୁରସ୍କାର ମିଳିବା ପରେ ହକି ଇଣ୍ଡିଆ, ପାଣ୍ଡିଆନଙ୍କୁ ଅଭିନନ୍ଦନ ଜଣାଇ କହିଛି, ଏହି ସମ୍ମାନଜନକ ଆୱାର୍ଡ ପାଇବା ପାଇଁ ସେ ଯୋଗ୍ୟ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!