Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୂର ହେଲା ମାତୃତ୍ବ ଛୁଟି ଦ୍ବନ୍ଦ

by ସଞ୍ଜୟ ସ୍ୱାଇଁ
May 21, 2025
in State
ଦୂର ହେଲା ମାତୃତ୍ବ ଛୁଟି ଦ୍ବନ୍ଦ
99
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ଵ ଛୁଟି ନେଇ ଦୂରହେଲା ଦ୍ୱନ୍ଦ୍ୱ । ସ୍ଥିରୀକୃତ ହେଲା ୧୮୦ ଦିନର ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ । ସମ୍ଭାବ୍ୟ ପ୍ରସବ ତାରିଖର ୩ ମାସ ପୂର୍ବରୁ, ପ୍ରସବ ତାରିଖର ଛଅ ମାସ ମଧ୍ୟରେ ୧୮୦ ଦିନର ମାତୃତ୍ଵ ଛୁଟି ମିଳିବ । ମାତୃତ୍ଵ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନିଆଯାଇପାରିବ । ପ୍ରସବ ଯେକୌଣସି ସ୍ଵୀକୃତିପ୍ରାପ୍ତ ଚିକିତ୍ସାଳୟରେ ହେବା ଆବଶ୍ୟକ । ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ ପରବର୍ତ୍ତୀ ସମୟରେ ସେବାରେ ଯୋଗଦେବା ପରେ, ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି । ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ ଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି । ଯଦି ମାତୃତ୍ଵ ଛୁଟି ସମୟରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଉଚ୍ଚ ପଦବୀକୁ ପଦୋନ୍ନତି ଦିଆଯାଏ, ତେବେ ତାଙ୍କର ସେହି ଉଚ୍ଚ ପଦବୀରେ ଯୋଗଦାନ ରିପୋର୍ଟ ଯେଉଁଦିନ ଉପଯୁକ୍ତ କର୍ତ୍ତୃପକ୍ଷ ପାଇବେ ସେହିଦିନ ସେ ସେହି ଯୋଗ ଦେଲେ ବୋଲି ଧରାଯିବ। ସେ ତାଙ୍କର ମାତୃତ୍ଵ ଛୁଟିର ଅବଶିଷ୍ଟ ଅବଧି ନିରବଚ୍ଛିନ୍ନ ଭାବେ ନେଇପାରିବେ ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!