ଭୁବନେଶ୍ୱର, (ବାଘୁଆବାର୍ତ୍ତା): କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟି ୫ ଜଣ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ପାଖାପାଖି ୫୦ ଜଣ ରୋଗୀ ହସ୍ପିଟାଲରେ ଚିକିତ୍ସା ହେଉଥିବାବେଳେ ଅଗ୍ନିକାଣ୍ଡ ଘଟିଥିଲା । ସୂଚନାନୁସାରେ, ଛତିଶଗଡ଼ର ପଚପେଡ଼ି ନାକା ନିକଟରେ ଥିବା କୋଭିଡ ହସ୍ପିଟାଲରେ କରୋନା ରୋଗୀ ଚିକିତ୍ସା ହେଉଥିବା ସମୟରେ ଅଚାନକ ଅଗ୍ନିକାଣ୍ଡ ଘଟିଥିଲା । ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ପହଞ୍ôଚ ଲାଗିଥିବା ନିଆଁକୁ ଆୟତ କରିଥିଲେ । ଉକ୍ତ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ତେବେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅତିରିକ୍ତ ଏସ୍ପି କହିଛନ୍ତି ଯେ, ଅଗ୍ନିକାଣ୍ଡରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଚିକିତ୍ସାଧୀନ ଅନ୍ୟ ରୋଗୀମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।





