ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଉତ୍କଳ ବିଶ୍ବବିଦ୍ୟାଳୟର ଅଗ୍ନିକାଣ୍ଡ । ବିଶ୍ବବିଦ୍ୟାଳୟର ସଂସ୍କୃତ ବିଭାଗରେ ଲାଗିଲା ନିଆଁ । ନିଆଁ ଆୟତ୍ତ ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି । ଅଗ୍ନିକାଣ୍ଡ ଫଳରେ ବହୁ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ଓ ଆସବାବପତ୍ର ଜଳିଯାଇଥିବା ଜଣାପଡିଛି । ଶୁକ୍ରବାର ଉତ୍କଳ ବିଶ୍ବବିଦ୍ୟାଳୟର ସଂସ୍କୃତ ବିଭାଗରେ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗିବା ଯୋଗୁଁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଅନେକ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ନିଆଁ ଲାଗିବା ଦେଖି ବିଭାଗରେ ଉପସ୍ଥିତ ଥିବା କର୍ମଚାରୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି । ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ନିଆଁ କେମିତି ଲାଗିଲା ତାର କାରଣ ଖୋଜାଚାଲିଛି ।






