Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାତା ବୈଷ୍ଣୋ ଦେବୀ ମନ୍ଦିର ପରିସରରେ ଅଗ୍ନିକାଣ୍ଡ

by ସଞ୍ଜୟ ସ୍ୱାଇଁ
June 8, 2021
in NATIONAL NEWS
ମାତା ବୈଷ୍ଣୋ ଦେବୀ ମନ୍ଦିର ପରିସରରେ ଅଗ୍ନିକାଣ୍ଡ
270
VIEWS
Share on FacebookShare on Twitter

ଶ୍ରୀନଗର, (ବାଘୁଆବାର୍ତ୍ତା): ଜାମ୍ମୁ କାଶ୍ମୀରରେ ଥିବା ମାତା ବୈଷ୍ଣୋ ଦେବୀ ମନ୍ଦିର ପରିସରରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡ ବୈଷ୍ଣୋ ଦେବୀ ବୋର୍ଡର କ୍ୟାସ କାଉଣ୍ଟର ନିକଟରେ ହୋଇଛି। ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତିର ଖବର ନାହିଁ। ନିଆଁ ଲାଗିଥିବା ସ୍ଥାନଠାରୁ ପ୍ରାକୃତିକ ଗୁମ୍ଫା ମାତ୍ର ୧୦୦ ମିଟର ଦୂରରେ। ଭିଆଇପି ଗେଟ୍ ନିକଟରେ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଆରମ୍ଭ ହୋଇଛି। ସର୍ଟ ସର୍କିଟ ଯୋଗୁଁ ଲାଗିଥିବା ନିଆଁ ଭୟଙ୍କର ରୂପ ନେଇଥିଲା । ନିଆଁର ଧୂଆଁ ବହୁ ଦୂରରୁ ଦେଖାଯାଉଥିଲା । ନିଆଁ ଲାଗିବା ମାତ୍ରେ ମନ୍ଦିର ବୋର୍ଡର ଫାୟାର ୱିଙ୍ଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିଲେ। ଲକ୍ଷ ଲକ୍ଷ ଭକ୍ତ ମାତା ବୈଷ୍ଣୋ ଦେବୀଙ୍କୁ ଦର୍ଶନ କରିବାକୁ ଆସନ୍ତି । କିନ୍ତୁ କରୋନା ସଂକ୍ରମଣ ହେତୁ ଏଠାରେ ଭକ୍ତଙ୍କ ପ୍ରବେଶ ଉପରେ ଲାଗୁହୋଇଛି କଟକଣା । ଲାଗୁ ହୋଇଥିବା କଟକଣା ସମୟରେ ଏହି ଦୁର୍ଘଟଣା ଘଟିଛି । ତେବେ କଟକଣା ଯୋଗୁଁ ଏଠାରେ ଭକ୍ତଙ୍କ ଭିଡ ନଥିବା କାରଣରୁ ଏକ ବଡ ବିପଦ ଟଳିଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!