ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏମ୍ସ ହସ୍ପିଟାଲରେ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ କରିଛନ୍ତି । ଏହି କେନ୍ଦ୍ର ରେ ଜଣେ ଷ୍ଟେସନ ଅଧିକାରୀ ଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି । ଏମ୍ସ ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନ ର ଅଗ୍ନି ନିରାପତ୍ତା କୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ଏସସିବି ମେଡିକାଲ କଲେଜ କଟକ, ଏମକେସିଜି ମେଡିକାଲ କଲେଜ ବ୍ରହ୍ମପୁର ଏବଂ ଭିମସାର ବୁର୍ଲା ରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି । ସାରା ରାଜ୍ୟରେ ବର୍ତ୍ତମାନ ୩୩୮ ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି।





