Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଶ୍ନପତ୍ର ଲିକ୍, ବିକ୍ରି ଅଭିଯୋଗରେ ୫ ଗିରଫ

by ସଞ୍ଜୟ ସ୍ୱାଇଁ
February 16, 2025
in Crime, State
ପ୍ରଶ୍ନପତ୍ର ଲିକ୍, ବିକ୍ରି ଅଭିଯୋଗରେ ୫ ଗିରଫ
224
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ପ୍ରଶ୍ନପତ୍ର ବିକ୍ରି ଅଭିଯୋଗରେ ୫ ଗିରଫ । ୟୁଟ୍ୟୁବ୍ ମାଧ୍ୟମରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ବଡ଼ ଗ୍ୟାକେଟ୍ ଧରାପଡ଼ିଛି । ଏହି ରାକେଟ୍‌ରେ ସଂପୃକ୍ତ ୪ ଜଣ ୟୁଟ୍ୟୁବର୍ ଓ ସରକାରୀ ସ୍କୁଲର ଜଣେ ଶିକ୍ଷକଙ୍କୁ କଟକ ସାଇବର ଥାନା ପୁଲିସ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଞ୍ଚଳ ଅଞ୍ଚଳର ଜ୍ୟୋତିରଞ୍ଜନ ବାରିକ, ବରଗଡ଼ ଅତାବିରାର ସାହିଲ କୁମାର ମିଶ୍ର, ସୁଶାନ୍ତ କୁମାର ବିଶି ଓ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁର ସାଇଶଙ୍କର ପାତ୍ର । ଗିରଫ ସ‌ହକାରୀ ଶିକ୍ଷକ ହେଉଛନ୍ତି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଘନଶ୍ୟାମ ବେଉରା ଅଭିଯୁକ୍ତଙ୍କ ଠାରୁ ୬ଟି ମୋବାଇଲ୍ ଫୋନ୍ ଓ ଗୋଟିଏ ଟାବଲେଟ୍ ଜବତ ହୋଇଛି । ଗତବର୍ଷ ନଭେମ୍ବର ମାସରେ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର୍ସ ଆସୋସିଏସନ ବା ‘ଓଷ୍ଟା’ର ସଂପାଦକ ରଞ୍ଜନ କୁମାର ଦାଶ ସାଇବର ଥାନାରେ ଏକ ଏତଲା ଦେଇଥିଲେ । ଅକ୍ଟୋବର ୨୮ରୁ ନଭେମ୍ବର ୪ ମଧ୍ୟରେ ସ୍କୁଲସ୍ତରରେ ଅଷ୍ଟମରୁ ଦଶମ ଶ୍ରେଣୀ ମଧ୍ୟରେ ଚାଲିଥିବା ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇଥିବା ସେ ଏତଲାରେ ଉଲ୍ଲେଖ କରିଥିଲେ । ଏପରିକ ପୂର୍ବ ବର୍ଷର ‘ପ୍ରି ବୋର୍ଡ’ ପରୀକ୍ଷାର ପ୍ରଶ୍ନପତ୍ର ମଧ୍ୟ ବିଭିନ୍ନ ୟୁଟ୍ୟୁବ୍ ଚ୍ୟାନେଲ୍ ମାଧ୍ୟମରେ ଭାଇରାଲ୍ କରାଯାଇଥିଲା । ଅଭିଯୋଗ ଆଧାରରେ ଥାନା ପକ୍ଷରୁ ଗୁଗଲ୍ ଓ ଅନ୍ୟ ସଂସ୍ଥାଠାରୁ ଏକାଧିକ ବୈଷୟିକ ତଥ୍ୟ ମଗାଯାଇଥିଲା । ଏହି ତଥ୍ୟ ଯାଞ୍ଚ ପରେ ଘଟଣା ପଛରେ ଏକ ବଡ଼ ଗ୍ୟାକେଟ୍ କାମ କରୁଥିବା ଜଣାପଡ଼ିଥିଲା ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!