Monday, July 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଡିଏଫ୍ଓ

by ସଞ୍ଜୟ ସ୍ୱାଇଁ
March 8, 2021
in Feature News
ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଡିଏଫ୍ଓ
208
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବନବିଭାଗ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ନିଆଁକୁ ଆୟତ କରିବା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ାଯାଇଛି । ଡିଆରଡିଏ ସୃଜନ ସଭା ଗୃହରେ ଆୟୋଜିତ ସମ୍ମିଳନୀରେ ଜିଲ୍ଲାପାଳ ଡ. ପୋମା ଟୁଡୁ, ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ମନୋଜ ମହାପାତ୍ର, ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍.ଡି, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ହର୍ଷବର୍ଦ୍ଧନ ଉଦ୍ଗାତା ଏବଂ ପଦ୍ମଶ୍ରୀ ରାଧାମୋହନ ଯୋଗ ଦେଇ ଜଙ୍ଗଲ ନିଆଁ ଏବଂ ପଦକ୍ଷେପ ସଂମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ନିଆଁ ଲିଭାଇବା ପାଇଁ ସ୍ଥାନୀୟ ଲୋକେ ସହଯୋଗ କରନ୍ତୁ ବୋଲି ଜିଲ୍ଲାପାଳ ଜିଲ୍ଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି । ଏଥିସହିତ କୈାଣସି ଜଙ୍ଗଲରେ ନିଆଁ ଲାଗିଲେ ତୁରନ୍ତ କଣ୍ଟ୍ରୋଲ ରୁମକୁ ଖବର ଦେବା ପାଇଁ କହିଛନ୍ତି । ସମସ୍ତ ସ୍ୱେଚ୍ଛାସେବୀ ସଂଗଠନ, ଯୁବଗୋଷ୍ଠୀ, ଜନପ୍ରତିନିଧି ଏବଂ ବନସୁରକ୍ଷା ସମିତି ନିଆଁ ଲିଭାଇବା ପାଇଁ ଆଗେଇ ଆସନ୍ତୁ ବୋଲି ବନଖଣ୍ଡ ଅଧିକାରୀ କହିଛନ୍ତି । କରୋନା ସମୟରେ ଯେଉଁଭଳି ଭାବେ ମୁକାବିଲା କରିବା ପାଇଁ ସମସ୍ତେ ଆଗେଇ ଆସିଥିଲେ, ଠିକ ସେହିଭଳି ଏଭଳି ବିପତ୍ତିକୁ ଏଡ଼ାଇବାକୁ ସମସ୍ତେ ଆଗେଇ ଆସନ୍ତୁ ବୋଲି କହିଛନ୍ତି । ଅନ୍ୟପକ୍ଷେ, ନିଆଁ ଲଗାଉଥିବା ଲୋକଙ୍କୁ ଆଇନ ଅନୁସାରେ, ଦଣ୍ଡିତ କରିବା ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବନଖଣ୍ଡ ଅଧିକାରୀ କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଅତିରିକ୍ତ ବନଖଣ୍ଡ ଅଧିକାରୀ ଅରବିନ୍ଦ ମହାନ୍ତି, ସ୍ୱେତାଲିନା ସାହୁ, ଖୋର୍ଦ୍ଧା ଅତିରିକ୍ତ ବନଖଣ୍ଡ ଅଧିକାରୀ ଗୈାରଗୋପାଳ ସି ଏବଂ ସମସ୍ତ ବନାଞ୍ଚଳ ଅଧିକାରୀ ଉପସ୍ଥିତ ଥିଲେ । ସମସ୍ତ ଅଧିକାରୀ କାର୍ଯ୍ୟକ୍ରମ ଶେଷରେ ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ସଚେତନତା ରଥକୁ ଶୁଭାରମ୍ଭ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!