Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଡି.ଏ.ଭି. ପବ୍ଲିକ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

by ସଞ୍ଜୟ ସ୍ୱାଇଁ
October 2, 2024
in Education, Nayagarh, State
ନୟାଗଡ଼ ଡି.ଏ.ଭି. ପବ୍ଲିକ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
165
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଡି.ଏ.ଭି. ପବ୍ଲିକ ସ୍କୁଲ ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ ଯୋଗ ଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ବକ୍ତବ୍ୟ ରଖିଥିଲେ । ସଭା ପ୍ରାରମ୍ଭରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ରାମଧୁନ ଗାନ କରାଯାଇଥିଲା । ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଆଜିର ଦିବସର ମହତ୍ୱ ଉପରେ ବକ୍ତବ୍ୟ ରଖିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରୋଜ କୁମାର ମିଶ୍ର ପିଳାମାନଙ୍କୁ ମହାତ୍ମା ଗାନ୍ଧୀଙ୍କ ସତ୍ୟ ଓ ଅହିଂସା ଓ ଶାସ୍ତ୍ରୀଜୀଙ୍କ ସରଳଜା ଗୁଣକୁ ଆଦର୍ଶ କରି ଜୀବନ ଗଢ଼ିବା ପାଇଁ ତାଙ୍କର ବହୁମୂଲ୍ୟ ବକ୍ତବ୍ୟ ରଖିଥିଲେ ।

ପରିଶେଷରେ ବିଦ୍ୟାଳୟର ଶିକ୍ଷୟତ୍ରୀ ସ୍ମରଣିକା ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପତାକା ଦେଖାଇ ରନ ଫର ଡିଏଭି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟ ପରିସରରୁ ନୟାଗଡ଼ ସହରର ମୁଖ୍ୟରାସ୍ତା ଗୋଲେଇ ଛକ-ପି.ଡବ୍ଲୁ.ଡି ଛକ ଦେଇ ବିଦ୍ୟାଳୟ ପର୍ଯ୍ୟନ୍ତ ପାଖାପାଖି ୨ କିଲୋମିଟର ରାସ୍ତା ମିନି ମାରାଥନ୍‌ରେ ଭାଗନେଇଥିଲେ । ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଓ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଦ୍ୱାରା ଏହି କାର୍ଯ୍ୟକ୍ରମ ସୂଚାରୁ ରୂପେ ସମ୍ପାଦନ କରାଯାଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!