Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାନ୍ଧି ଜୟନ୍ତୀ ଅବସରରେ ବାଲୁକା କଳା ମାଧ୍ୟମରେ ବାପୁଜୀଙ୍କୁ ଶ୍ରଦ୍ଧାଞ୍ଜଳି

by ସଞ୍ଜୟ ସ୍ୱାଇଁ
October 2, 2021
in State
ଗାନ୍ଧି ଜୟନ୍ତୀ ଅବସରରେ ବାଲୁକା କଳା ମାଧ୍ୟମରେ ବାପୁଜୀଙ୍କୁ ଶ୍ରଦ୍ଧାଞ୍ଜଳି
29
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ସାରା ଦେଶ ମହାତ୍ମା ଗାନ୍ଧି ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆଜି ସକାଳେ ରାଜଘାଟସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଏବଂ ବିଜୟଘାଟସ୍ଥିତ ଶାସ୍ତ୍ରିଜୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଗାନ୍ଧି ଜୟନ୍ତୀ ଅବସରରେ ବାଲୁକା ଶିଳ୍ପୀ ମାନସ ସାହୁ ବାଲୁକା କଳା ମାଧ୍ୟମରେ ବାପୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପୁରୀ ବେଳାଭୂମିର ବାଲିରେ ଗାନ୍ଧିଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିବା ସହ ଗାନ୍ଧି ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି ମାନସ। ଏଥିନିମନ୍ତେ ସେ ୧୫ଫୁଟ୍ ଓସାର ବିଶିଷ୍ଟ ବାଲୁକା କଳାରେ ୧୫ ଟନ୍ ବାଲି ଉପଯୋଗ କରିଛନ୍ତି। ଏହା କରିବାକୁ ତାଙ୍କୁ ୭ ଘଣ୍ଟା ସମୟ ଲାଗିଥିଲା। ସେହିପରି ସମ୍ବଲପୁର ନିକଟ ଭତରାରେ ଥିବା ଗାନ୍ଧି ମନ୍ଦିରରେ ଗାନ୍ଧି ଜୟନ୍ତୀ ପାଳନ କରାଯାଇଛି। ବଡି ଭୋରରୁ ମନ୍ଦିର ଖୋଲାଯାଇ ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ଆଳତି କରାଯାଇଛି। ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ପ୍ରମୁଖ ଗାନ୍ଧିଙ୍କ ମନ୍ଦିରକୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ଗାନ୍ଧିଜୀଙ୍କ ସ୍ମୃତି ଚାରଣ କରିଛନ୍ତି। ପୁରା ମନ୍ଦିର ଆଜି ରଘୁପତି ରାଘବ ରାଜା ରାମ ଧ୍ୱନିରେ ପ୍ରକମ୍ପିତ ହେଉଥିବା ବେଳେ ଗାନ୍ଧିଙ୍କ ଅବଦାନ ଓ ବଳିଦାନକୁ ସମସ୍ତେ ମନେ ପକାଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!