Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉତ୍ସବ ସହ ଗାନ୍ଧୀ ଜୟନ୍ତୀ ପାଳିତ

by ସଞ୍ଜୟ ସ୍ୱାଇଁ
October 2, 2021
in Feature News
ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉତ୍ସବ ସହ ଗାନ୍ଧୀ ଜୟନ୍ତୀ ପାଳିତ
62
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ପୂର୍ବାହ୍ନରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଏକ ଶହ ବର୍ଷ ପୂର୍ତ୍ତି ଉତ୍ସବ ସମାରୋହପୂର୍ବକ ପାଳିତ ହୋଇଯାଇଛି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ଡ. ସୁରେଶ ଚନ୍ଦ୍ର ଦଳାଇ ଏହି ସମାରୋହକୁ ଆନୁଷ୍ଠାନିକ ଭାବେ ଗାନ୍ଧିଜୀଙ୍କ ପ୍ରତିକୃତିରେ ମାଲ୍ୟାର୍ପଣ କରି ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଆୟୋଜିତ ଏକ ସଂକ୍ଷିପ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ରଂଜନ କୁମାର ଦାସ ଗାନ୍ଧିଜୀଙ୍କ ବିଚାରଧାରାକୁ ଆମକୁ ଗଭୀରତାର ସହ ହୃଦୟଙ୍ଗମ କରି ତାକୁ କାର୍ଯ୍ୟରେ ଲଗାଇଲେ ତାହା ତାଙ୍କ ପାଇଁ ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି କହିଥିଲେ । ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ସଂପର୍କରେ ଉଲ୍ଲେଖ କରି କହିଲେ ଯେ ସେ ଭାରତବର୍ଷର ଏପରି ମହାପୁରୁଷ ଯାହାଙ୍କ ପି୍ରୟଭଜନ ଶ୍ରବଣ ମାତ୍ରେ ଦେହରେ ଦେଶପ୍ରୀତିର ଶିହରଣ ଜାଗୃତ ହୁଏ । ସଭା ପରେ ଡ. ଗୌରାଙ୍ଗ ଚରଣ ଦାସଙ୍କ ନେତୃତ୍ୱରେ ପାଲଲହଡ଼ାର ପ୍ରସିଦ୍ଧ ରାବଣଛାୟା ଲୋକକଳା ମାଧ୍ୟମରେ ‘ଅନୁଗୋଳରେ ଗାନ୍ଧିଜୀ’ ଶୀର୍ଷକ ଏକ ଛାୟା ନାଟକ ପ୍ରଦର୍ଶନ କରାଯାଇଥିଲା । ପ୍ରାଧ୍ୟାପକ ଡ. ଗୌରାଙ୍ଗ ଚରଣ ଦାସଙ୍କୁ ସଚିବ ଅରଟ ପ୍ରତିକୃତି ସ୍ମୃତିଫଳକ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଆୟୋଜିତ ପ୍ରବନ୍ଧ ପ୍ରତିଯୋଗିତାରେ ବିଜେତା ହୋଇଥିବା ଅଙ୍କିତା ମହାରଣା, ଦୀକ୍ଷିତା ବହିଦାର ଓ ପ୍ରିୟଦର୍ଶିନୀ ଜେନାଙ୍କୁ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା । ସେହିପରି କାର୍ଯ୍ୟକ୍ରମ ଉପରେ ତତ୍କାଳ ବିବରଣୀ ଉପସ୍ଥାପନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ପରେ ଗାଳ୍ପିକା ପ୍ରାଚୀତାରାଙ୍କ ଦ୍ୱାରା ପ୍ରସ୍ତୁତ ଏବଂ ଦାଶ ବେନ୍‌ହୁରଙ୍କ ଦ୍ୱାରା ଲିଖିତ ‘ତୁମେ କହିଥିଲ ବାପୁ’ ଗଳ୍ପର ସିଡ଼ିକୁ ଅତିଥିମାନଙ୍କ ଦ୍ୱାରା ଆନୁଷ୍ଠାନିକ ଭାବେ ଅନାବରଣ କରି ୮ଟି ଗଳ୍ପରୁ ଗୋଟିଏ ଗଳ୍ପର ଭିଡ଼ିଓ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଉପସ୍ଥିତ ସମସ୍ତେ ରାମ୍‌ଧୁନ୍‌ ଗାନ କରିଥିଲେ । ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲ ସ୍ୱାଗତ ଭାଷଣ ଦେଇଥିବାବେଳେ ଶ୍ରୀମତୀ ଶୁୁଚିସ୍ମିତା ମନ୍ତ୍ରୀ ଓ ଡ. ଭାରତୀ ପାଲ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!