Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଣିଆ ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣି

by ସଞ୍ଜୟ ସ୍ୱାଇଁ
December 9, 2019
in Lifestyle, State
ଗଣିଆ ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣି
41
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଗଣିଆ ବ୍ଲକରେ ନୟାଗଡ଼ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭା ଗୃହରେ ଆୟୋଜିତ ଏହି ଶୁଣାଣି କାର୍ଯ୍ୟକ୍ରମରେ ଡ. ପୋମା ଟୁଡୁଙ୍କ ସହ ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥୀ, ଉପସ୍ଥିତ ରହି ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିବା ସହ ତାହାକୁ ତୁରନ୍ତ ସମାଧାନ କରିବାକୁ ପ୍ରୟାସ କରିଥିଲେ । ଆଜିର ଅଭିଯୋଗ ଶୁଣାନି ଶିବିରରେ ୫ଟି ଗ୍ରାମ ସମସ୍ୟା ଓ ୫୦ଟି ବ୍ୟକ୍ତିଗତ ସମସ୍ୟାକୁ ମିଶାଇ ମୋଟ ୫୬ଟି ଅଭିଯୋଗକୁ ଜିଲ୍ଲାପାଳ ଶୁଣାଣି କରିଥିବା ଜଣାପଡ଼ିଛି । ଅଭିଯୋଗ ଗୁଡ଼ିକ ମଧ୍ୟରେ ଜଣେ ବ୍ୟକ୍ତିଙ୍କୁ ରେଡକ୍ରସରୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୭ଟି ଅଭିଯୋଗର ତତ୍କ୍ଷଣତ ସମାଧାନ କରିଛନ୍ତି ଜିଲ୍ଲାପାଳ । ଏହି ଶୁଣାଣି କାର୍ଯ୍ୟକ୍ରମରେ ଗଣିଆ ବିଡିଓଙ୍କ ସମେତ ବ୍ଲକ କର୍ମଚାରୀମାନେ ଉପସ୍ଥିତ ରହିଥିଲେ । ବିଶେଷ କରି ଅଭିଯୋଗ ଶୁଣାଣି ଶିବିରକୁ ଉପାନ୍ତ ଅଂଚଳରୁ ଅଧିକ ଅଭିଯୋଗ ଆସୁଥିବା ଜଣାପଡ଼ିଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!