Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ ଜନସମ୍ପର୍କ ମୈତ୍ରୀ ଉତ୍ସବ

by ସଞ୍ଜୟ ସ୍ୱାଇଁ
February 20, 2020
in Feature News
ପୋଲିସ ଜନସମ୍ପର୍କ ମୈତ୍ରୀ ଉତ୍ସବ
27
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତ ମହୁକଣ ଗ୍ରାମରେ ପୋଲିସ ଜନ ସମ୍ପର୍କ ମୈତ୍ରୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏସଡିପିଓ ଶ୍ରୀନିବାସ ମହାନ୍ତି,ରିଜର୍ଭ ଇନିସପେକ୍ଟର ସୂର୍ଯ୍ୟକାନ୍ତ ପୃଷ୍ଟି,ଗଣିଆ ଥାନା ଅଧିକାରୀ ଦୀପକ କୁମାର ଖଣ୍ଡାୟତରାୟ,ଏଏସଆଇ ବାଳକୃଷ୍ନ ଦାସ ପ୍ରମୁଖ ଉପସ୍ଥିତ ଥିଲେ । ମହୁକଣ ଅଞ୍ଚଳର ପ୍ରାୟ ୫୦୦ରୁ ଅଧିକ ପୁରୁଷ ଓ ମହିଳା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମହୁକଣ ଗ୍ରାମର ମହିଳା ଓ ପୁରୁଷ ସଂକୀର୍ତ୍ତନ ମଣ୍ଡଳୀ ଏହି କାର୍ଯ୍ୟକ୍ରମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଅଞ୍ଚଳର ୮ଟି ଭଲି ଦଳକୁ ନେଇ ଏକ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା । ଏହି ଭଲିଟୁର୍ଣ୍ଣାମେଣ୍ଟରେ ମହୁକଣ ଦଳ ଚାମ୍ପିୟନ ହୋଇଥିବା ବେଳେ ବୁଟୁବୁରେଇ ଦଳ ରନର୍ସ ଅପ୍ ହୋଇଥିଲେ । ପ୍ରାୟ ୪୦୦ରୁ ଅଧିକ ପୁରୁଷ ଓ ମହିଳାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣାରେ େଓ÷ାଷଧ ବଣ୍ଟନ କରାଯାଇଥିଲା । ଗରୀବ ନିରିହ ଜନସାଧାରଣଙ୍କୁ କମ୍ବଳ,ଛାତ୍ର ଛାତ୍ରୀ ମାନଙ୍କୁ ବ୍ୟାଗ,ଖାତା ଓ କଲମ ଦିଆଯାଇଥିଲା । ସଂକୀର୍ତ୍ତନ ମଣ୍ଡଳୀକୁ ଉତ୍ସାହିତ କରିବା ପାଇଁ ଝୁମୁକା ଓ ବାଜା ପ୍ରଦାନ କରାଯାଇଥିଲା । ପୋଲିସ ଓ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ସ୍ଥାପନ ପାଇଁ ନୟାଗଡ ଜିଲ୍ଲା ପୋଲିସ ତରଫରୁ ପ୍ରତ୍ୟେକ ବର୍ଷ ଗଣିଆ ବ୍ଲକର ବର ଜଙ୍ଗଳ ଘେରା ଆଦିବାସୀ ଅଞ୍ଚଳରେ ଏଭଳି ଜନସମ୍ପର୍କ ମୈତ୍ରୀ ଉତ୍ସବ ଅନୁଷ୍ଠିତ ହୋଇ ଆସୁଅଛି ବୋଲି ଥାନା ଅଧିକାରୀ ପ୍ରକାଶ କରିଥିଲେ । ଗଣିଆ ପୋଲିସ ଓ ଜିଲ୍ଲା ପୋଲିସର ସମସ୍ତ କର୍ମକତ୍ତାଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମ ସୂଚାରୁରୂପେ ସମ୍ପାଦିତ ହୋଇଥିଲା ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!